ଧୋନିଙ୍କ ନାଁରେ ସାଂଘାତିକ ମାମଲା ରୁଜୁ, କୋଟି କୋଟି ଟଙ୍କାର ଠକେଇ…

ନୂଆଦିଲ୍ଲୀ,୧୧।୮: ଭାରତୀୟ ଦଳର ପୂର୍ବତନ ଅଧିନାୟକ ଏମଏସ ଧୋନି ଏବେ ଚର୍ଚ୍ଚାରେ। ତାଙ୍କ ନାଁରେ ରୁଜୁ ହୋଇଛି ସାଂଘାତିକ ମାମଲା। କୋଟିକୋଟି ଟଙ୍କା ଠକେଇ ଅଭିଯୋଗରେ ତାଙ୍କ ନାଁରେ ଅଭିଯୋଗ ହୋଇଛି। ବିସିସିଆଇ ଅଧିକାରୀଙ୍କ ନିକଟକୁ ମହେନ୍ଦ୍ର ସିଂ ଧୋନିଙ୍କ ବିରୋଧରେ କନଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ ଅଭିଯୋଗ ଆସିଛି। ବିସିସିଆଇର ନିୟମ ୩୯ ଅନୁଯାୟୀ ବୋର୍ଡର ଏଥିକ୍ସ କମିଟି ପାଖରେ ଏହି ଅଭିଯୋଗ ଦାଖଲ କରାଯାଇଛି।

ଘଟଣା ହେଉଛି, ଉତ୍ତରପ୍ରଦେଶର ଆମେଥୀ ଜିଲାର ବାସିନ୍ଦା ରାଜେଶ କୁମାର ମୌର୍ଯ୍ୟ ଏହି ଅଭିଯୋଗ କରିଛନ୍ତି। ଏହି ଅଭିଯୋଗରେ ୧୫ କୋଟି ଟଙ୍କା ଠକେଇ ଅଭିଯୋଗ ହୋଇଛି। ଯାହାକି ଭାରତୀୟ କ୍ରିକେଟର ଏମଏସ ଧୋନିଙ୍କ ଦ୍ୱାରା ରାଞ୍ଚିର ସିଭିଲ କୋର୍ଟରେ ମିହିର ଦିୱାକର ନାମକ ଜଣେ ବ୍ୟକ୍ତିଙ୍କ ବିରୋଧରେ ଦାଖଲ କରାଯାଇଥିଲା। ବିସିସିଆଇର ଏଥିକ୍ସ କମିଟି ଅଗଷ୍ଟ ୩୦ସୁଦ୍ଧା ଧୋନିଙ୍କଠାରୁ ଯବାବ ମାଗିଛି। ଏହା ବ୍ୟତୀତ ରାଜେଶ କୁମାର ମୌର୍ଯ୍ୟଙ୍କୁ 16 ସେପ୍ଟେମ୍ବର ସୁଦ୍ଧା ଯବାବ ଦେବାକୁ କୁହାଯାଇଛି।

ରାଞ୍ଚି ସିଭିଲ କୋର୍ଟରେ ମିହିର ଦିୱାକର ନାମକ ଜଣେ ବ୍ୟକ୍ତିଙ୍କ ବିରୋଧରେ ଏମଏସ ଧୋନି ଏକ ଠକେଇ ମାମଲା ଦାୟର କରିଛନ୍ତି। ଏଥିରେ ମିହିରଙ୍କ ବ୍ୟତୀତ ଧୋନିଙ୍କ ସହ ବ୍ୟବସାୟ କରୁଥିବା ସୋମିଆ ଦାସ ଏବଂ ଆର୍କା ସ୍ପୋର୍ଟସ ମ୍ୟାନେଜମେଣ୍ଟ ପ୍ରାଇଭେଟ ଲିମିଟେଡ ବିରୋଧରେ ଠକେଇ ଅଭିଯୋଗ ଆସିଥିଲା। କୁହାଯାଇଥିଲା ଯେ ଧୋନିଙ୍କ ସହ ୧୫ କୋଟି ଟଙ୍କା ଠକେଇ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ହ୍ୟାକ୍‌

ନୂଆଦିଲ୍ଲୀ,୨୦ା୯: ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଶୁକ୍ରବାର ହ୍ୟାକ୍‌ ହୋଇଛି। ଆମେରିକୀୟ କମ୍ପାନୀ ରିପଲ୍‌ ଲାବ୍‌ସ ଦ୍ୱାରା ବିକଶିତ କ୍ରିପ୍ଟୋକରେନ୍ସିର ପ୍ରଚାର ପ୍ରସାର କରାଉଥିବା ଭିଡିଓ ଏଥିରେ...

ଆଇପିଏଲ୍‌ ପୂର୍ବରୁ ବିକ୍ରମ ରାଠୋର ରାଜସ୍ଥାନର ବ୍ୟାଟିଂ କୋଚ୍‌ ନିଯୁକ୍ତ: ଜାଣନ୍ତୁ ବିକ୍ରମ କିଏ…

ଜୟପୁର,୨୦ା୯: ରାଜସ୍ଥାନ ରୟାଲ୍ସ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୂର୍ବରୁ ପୂର୍ବତନ ଭାରତୀୟ ଓପନର ବିକ୍ରମ ରାଠୋରଙ୍କୁ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣି ଅନଲାଇନ୍ ପେମେଣ୍ଟ୍ କଲେ ପ୍ରଧାନମନ୍ତ୍ରୀ; କହିଲେ ବଡ଼ କଥା

ଭୁବନେଶ୍ୱର,୨୦।୯: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ମହାରାଷ୍ଟ୍ରର ୱାର୍ଦ୍ଧା ଗସ୍ତ ୧ ଲକ୍ଷ ହିତାଧିକାରୀଙ୍କୁ...

ତିରୁପତିର ପ୍ରସାଦ ବିବାଦ: କଡ଼ା ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୦।୯: ତିରୁପତିର ଶ୍ରୀଭେଙ୍କଟେଶ୍ୱର ମନ୍ଦିରର ପ୍ରସାଦ ଭାବେ ଶ୍ରଦ୍ଧାଳୁମାନଙ୍କୁ ମିଳୁଥିବା ଲଡୁରେ ଗୋରୁ ଚର୍ବି, ମାଛ ତେଲ ରହିଥିବା ଏକ ଲାବରେଟୋରି ରିପୋର୍ଟରୁ ସ୍ପଷ୍ଟ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri