ନିଜ ଦଳ ନାଁରେ ଏମିତି କହିଦେଲେ ବିଧାୟକ ସୌଭିକ ବିଶ୍ୱାଳ: ଚାଲିଛି ଚର୍ଚ୍ଚା

କଟକ,୧୦ା୧୦(ଶିଳ୍ପା ପ୍ରିୟଦର୍ଶିନୀ):ଗୋପବନ୍ଧୁଙ୍କ ଜୟନ୍ତୀ ଅବସରରେ କଟକ ଜିଲା ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ କଟକ ସାରଳା ଭବନଠାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସଭା ସଦସ୍ୟ ତଥା ବିଜେଡି କଟକ ଜିଲା ସଭାପତି ଦେବାଶିଷ ସାମନ୍ତରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ, ନିଆଳିର ପୂର୍ବତନ ବିଧାୟକ ପ୍ରମୋଦ ମଲ୍ଲିକ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, ଚୌଦ୍ୱାର-କଟକ ବିଧାୟକ ସୌଭିକ୍‌ ବିଶ୍ୱାଳ, ନଗର ସଭାପତି ମଧୁସୂଦନ ସାହୁ, ଜିଲା ପରିଷଦ ସଭାପତି କିଶୋର ମହାନ୍ତି, ଉପାଧ୍ୟକ୍ଷା ସୁଭଦ୍ରା ଦାସ ଯୋଗଦେଇଥିଲେ। ସଦସ୍ୟତା ଅଭିଯାନ ନେଇ ସମସ୍ତ ବିଷୟରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା। ଏଥିରେ ବିଧାୟକ ସୌଭିକ୍‌ ବିଶ୍ୱାଳ କୌଣସି ବ୍ୟକ୍ତିଙ୍କ ନଁା ନ ନେଇ ଦଳର ତୁଙ୍ଗ ନେତାଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ବିଜେଡି ସରକାର ସମୟରେ ୨ ଜଣ ସରକାର ଚଳାଉଥିଲେ। ଚୌଦ୍ୱାର-କଟକ ନିର୍ବାଚନମଣ୍ଡଳୀରେ ଏସ୍‌ସିବି ମେଡିକାଲ ସମ୍ପ୍ରସାରଣ, ନେତାଜୀ ବସ୍‌ ଟର୍ମିନାଲ, ଜାଇକା ପ୍ରକଳ୍ପ ଆଦି ବହୁ କୋଟି ଟଙ୍କାର କାମ ହୋଇଛି, ହେଲେ କେହି କହିବେନି ଟଙ୍କାଟିଏ ଆମେ ନେଇଛୁ। ଯେଉଁ ଜଣେ ଦୁଇ ଜଣ ସରକାର ଚଳାଉଥିଲେ ସେମାନେ ସବୁ କଥା ବୁଝୁଥିଲେ। ଯେବେ ସେ ଦୁଇ ଜଣ ସବୁ କିଛି ବୁଝୁଥିଲେ, ଦଳୀୟ କର୍ମୀଙ୍କୁ କିଭଳି କାମ ମିଳିଥାନ୍ତା ବୋଲି ପ୍ରଶ୍ନ କରିଛନ୍ତି। ନିଷ୍ଠାର ସହ ଆମେ ରହିଛୁ ହେଲେ ପଛରୁ ଆମକୁ ଛୁରି ଭୁଷିଛନ୍ତି, ଆମ ବିରୋଧରେ ଷଡଯନ୍ତ୍ର ଚାଲିଛି। ଏପରି କି ୨୦୧୯ ଏବଂ ୨୦୨୪ ନିର୍ବାଚନରେ ତାଙ୍କୁ ଓ ତାଙ୍କ ବାପା ତଥା ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କୁ ହରେଇବା ପାଇଁ ସମସ୍ତ ଚେଷ୍ଟା କରାଯାଇଥିଲା। ଯେଉଁମାନେ ଦଳରେ ପୂର୍ବରୁ ନେତୃତ୍ୱ ନେଉଥିଲେ ଏବଂ ଏବେ ମଧ୍ୟ ନେଉଛନ୍ତି ସେମାନେ ତାଙ୍କ ବନ୍ଧୁବାନ୍ଧବଙ୍କୁ ଲଗେଇ କୋଟି କୋଟି ଟଙ୍କା କଳାଧନ ଖର୍ଚ୍ଚ କରିଥିଲେ। କେବଳ ପ୍ରଭାତ ବିଶ୍ୱାଳଙ୍କୁ ହରାଇବା ପାଇଁ। କିନ୍ତୁ ଧର୍ମର ବିଜୟ ହୋଇଛି ବୋଲି ବିଶ୍ୱାଳ କହିଛନ୍ତି। ଅନ୍ୟପଟେ କାର୍ଯ୍ୟକ୍ରମକୁ ନେଇ ଦେବାଶିଷ ସାମନ୍ତରାୟ କହିଛନ୍ତି, ଦଳର ସଭାପତି ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି। ଏହି ଅଭିଯାନରେ କିପରି ଅଧିକରୁ ଅଧିକ ଲୋକଙ୍କୁ ଦଳରେ ଯୋଡ଼ିବୁ ଏବଂ ଲୋକଙ୍କ ନିକଟତର ହେବୁ ସେନେଇ ଏଭଳି ଅଭିଯାନ ଆରମ୍ଭ କରାଯାଇଛି। ସମସ୍ତଙ୍କ ମତ ନେଇ ଏକ ଟାର୍ଗେଟ ସ୍ଥିର କରାଯାଇଥିବା ନେଇ ସାମନ୍ତରାୟ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ବିଜେଡିର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚୋରି ମାଲ ବୋଝେଇ ଟ୍ରକ ଉଦ୍ଧାର; ଡ୍ରାଇଭର-ହେଲପରଙ୍କ ପତ୍ତା ମିଳୁନି, ବଢ଼ୁଛି ସନ୍ଦେହ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ରାତିରେ ଚୋରି ହୋଇଯାଇଥିବା ଏକ ଟ୍ରକକୁ ଉଦ୍ଧାର କରିଛି। କିନ୍ତୁ ଗାଡ଼ିର ଡ୍ରାଇଭର ଏବଂ ହେଲପରଙ୍କ ପତ୍ତା...

ପୁଣି ଗାଡ଼ି ଧକ୍କାରେ ଭାଙ୍ଗିଲା ରେଳଫାଟକ

ନିରାକାରପୁର, ୨୦।୪(ମାନସ ଚନ୍ଦ୍ର ପଟ୍ଟନାୟକ): ପିକଅପ୍‌ ଭ୍ୟାନ ଧକ୍କାରେ ପୁଣି ରେଳ ଫାଟକ ଭାଙ୍ଗଛି। ରବିବାର ସାଂ ପ୍ରାୟ ସାଢେ ୭ଟା ରେ ଖୋର୍ଦ୍ଧା ଜିଲା...

ଭାଜପାର ସକ୍ରିୟ ସଦସ୍ଯ ସମ୍ମିଳନୀ, ଆୟୁଷ୍ମାନ କାର୍ଡ ବଣ୍ଟନ: ଯୋଗ ଦେଲେ ସାଂସଦ

ଜି. ଉଦୟଗିରି,୨୦।୪(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି. ଉଦୟଗିରି ଏନଏସି କଲ୍ଯାଣ ମଣ୍ଡପରେ ଭାଜପା ତରଫରୁ ବିଧାନ ସଭା ମଣ୍ତଳୀ ସ୍ତରୀୟ ସକ୍ରିୟ ସଦସ୍ଯ ସମ୍ମିଳନୀ...

ଦାଦନ ଖଟିବାକୁ ଯାଇ ଡଙ୍ଗରିଆ ଯୁବତୀଙ୍କ ମୃତ୍ୟୁ

ରାୟଗଡ଼ା,୨୦।୪(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲାର ଆଦିମ ଜନଜାତି ଭାବେ ପରିଚିତ ଡଙ୍ଗରିଆ କନ୍ଧ ସମ୍ପ୍ରଦାୟର ଜଣେ ନାବାଳିକା ଦାଦନ ଖଟିବାକୁ ଯାଇ ଶନିବାର କେରଳ...

ଠିକାଦାରଙ୍କ ମୁଣ୍ଡରେ ବନ୍ଧୁକ ରଖି ଲୁଟିଥିଲେ, ତୁମୁଡ଼ିବନ୍ଧ ପୋଲିସ ପଞ୍ଝାରେ ୫ ଜଣିଆ ସଶସ୍ତ୍ର ଡକାୟତ ଗ୍ୟାଙ୍ଗ

ତୁମୁଡିବନ୍ଧ,୨୦।୪(ଦୀପକ କୁମାର ପରାସେଠ)-କନ୍ଧମାଳ ଜଲା ତୁମୁଡିବନ୍ଧ ପୋଲିସ ୫ ଜଣିଆ ଶସସ୍ତ୍ର ଡକାୟତ ଗ୍ୟାଙ୍ଗକୁ ଗିରଫ କରିଛି। ସେମାନଙ୍କ ଠାରୁ ଗୋଟିଏ ରାୟଫୁଲସ ବନ୍ଧୁକ, ଗୋଟିଏ...

ମିସ୍ତ୍ରୀ କାମ ଥିଲା ବାହାନା, ଚୋରା ଗଞ୍ଜେଇ କାରବାର ଅଭିଯୋଗରେ ୨ ଯୁବକ ଗିରଫ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)-ପଶ୍ଚିମବଙ୍ଗରୁ ଅନେକ ଯୁବକ ଆସି ଗଞ୍ଜାମ ଓ କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ ମିସ୍ତ୍ରୀ କାମ କରନ୍ତି। କିନ୍ତୁ ସେମାନଙ୍କମଧ୍ୟରୁ କିଏ ଜୀବନଜୀବିକା ପାଇଁ...

ରାସ୍ତାରେ ଚାଲି ଚାଲି ଯାଉଥିଲେ, ଧକ୍କା ଦେଲା ପର୍ଯ୍ୟଟକ ବସ୍‌

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରରୁପର୍ଯ୍ୟଟକଙ୍କୁ ନେଇ ରବିବାର ଉତ୍ତର ଭାରତ ଅଭିମୁଖେ ଯାଉଥିବା ଏକ ବସ୍‌ ଧକ୍କାରେ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ...

ଖବରଦାତାଙ୍କ ମାତୃ ବିୟୋଗ

ସୁନାବେଡା,୨୦ା୪(କୃତ୍ତିବାସ ପ୍ରଧାନ)-କୋରାପୁଟ ଧରିତ୍ରୀ ଖବରକାଗଜ ଜିଲା ପ୍ରତିନିଧି ଅମିତାଭ ବେହେରାଙ୍କ ମା’ ସୌଦାମିନୀ ବେହେରା(୮୦)ଙ୍କ ରବିବାର ସକାଳ ୭ଟାରେ ଦେହାନ୍ତ ହୋଇଛି। ସେ କିଛିଦିନ ଧରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image