ଭିଜିଲାନ୍ସ ଜାଲରେ କୋଟିପତି ସହକାରୀ ଯନ୍ତ୍ରୀ

ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ସରକାରୀ କ୍ଷମତାର ଦୁରୁପଯୋଗ କରି ସରକାରୀ କର୍ମଚାରୀ ବେଆଇନ ଭାବେ ଠୁଳ କରୁଛନ୍ତି ପୁଳା ପୁଳା ସମ୍ପତ୍ତି। ଏପରି ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡିଛନ୍ତି କଟକ ଜିଲା ସଦର ବ୍ଲକର ସହକାରୀ ଯନ୍ତ୍ରୀ ବିକାଶ ଚନ୍ଦ୍ର ଭୁୟାଁଙ୍କ। ଭିଜିଲାନ୍ସର ୩ଟି ଟିମ୍‌ ଏକକାଳୀନ ୪ ସ୍ଥାନରେ ସୋମବାର ଚଢ଼ାଉ କରିଛି। ଚଢ଼ାଉ ହୋଇଥିବା ସ୍ଥାନ ମଧ୍ୟରେ ବିକାଶଙ୍କ କଟକ ସଦର ବ୍ଲକସ୍ଥିତ ଅଫିସ ଚାମ୍ବର, ନରସିଂପୁର ଥାନା ଅନ୍ତର୍ଗତ ଲେହେଙ୍ଗା ଗ୍ରାମସ୍ଥିତ ପୈତୃକ ଘର ଓ ଭୁବନେଶ୍ୱର ଚକେଇସିଆଣିରେ ଥିବା ସମ୍ପର୍କୀୟଙ୍କ ଘର ଆଦି ରହିଛି। କଟକ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ୱାରେଣ୍ଟ ବଳରେ ହେଉଥିବା ଏହି ଚଢ଼ାଉରେ ଭିଜିଲାନ୍ସର ୩ଜଣ ଡିଏସ୍‌ପି, ୪ଜଣ ଇନ୍ସପେକ୍ଟର ଓ ଅନ୍ୟ କର୍ମଚାରୀ ନିୟୋଜିତ ଅଛନ୍ତି।
ସନ୍ଧ୍ୟାସୁଦ୍ଧା ଭିଜିଲାନ୍ସ ପକ୍ଷରୁ ମିଳିଥିବା ରିପୋର୍ଟ ଅନୁଯାୟୀ, ବିକାଶଙ୍କ ନାଁରେ ଭୁବନେଶ୍ୱର ସୌଭାଗ୍ୟ ନଗରରେ ୩୫୭୨ ବର୍ଗଫୁଟ୍‌ରେ ଥିବା ଗୋଟିଏ ବହୁ ମହଲା ବିଶିଷ୍ଟ କୋଠା, ଭୁବନେଶ୍ୱର ଓ କଟକରେ ୭ଟି ପ୍ଲଟ୍‌ ଠାବ ହୋଇଛି। ସେହିପରି ୫୦ ଲକ୍ଷ ଟଙ୍କାର ବ୍ୟାଙ୍କ ଡିପୋଜିଟ୍‌ ଓ ସୁନା-ରୁପା ଅଳଙ୍କାର, ୧୩.୪୦ ଲକ୍ଷ ଟଙ୍କାର ଗୋଟିଏ ଚାରିଚକିଆ ଯାନ ଓ ୩ଟି ବାଇକ ଏବଂ ୧୧.୭୩ ଲକ୍ଷ ନଗଦ ଟଙ୍କା ଓ ଘରୋଇ ଉପକରଣ ଠାବ କରିଛି ଭିଜିଲାନ୍ସ। ଅନ୍ୟପକ୍ଷରେ ଆଉଏକ ବେନାମୀ ସମ୍ପତ୍ତି ମଧ୍ୟ ଠାବ ହୋଇଛି। ବମିଖାଲସ୍ଥିତ ପ୍ଲଟ୍‌ ନଂ.୪୪/୧୨୨୩ରେ ଥିବା ଏକ ଦୁଇ ମହଲା କୋଠା ବିକାଶଙ୍କ ଜଣେ ସମ୍ପର୍କୀୟଙ୍କ ନାଁରେ ରେଜିଷ୍ଟର ହୋଇଥିବା ଜଣାପଡିଛି। ଏଥିସହ ପୁଅ ଓ ଝିଅଙ୍କୁ ଇଞ୍ଜିନିୟରିଂ ଓ ଡାକ୍ତରୀ ପଢ଼ାଇବା ପାଇଁ ବିକାଶ ପ୍ରାୟ ୧ କୋଟି ଟଙ୍କା ଖର୍ଚ୍ଚ କରିଥିବା ଭିଜିଲାନ୍ସ ଜାଣିବାକୁ ପାଇଛି। ସେପଟେ ବିକାଶ କ୍ରିପ୍ଟୋ କରେନ୍ସି (ଡିଜିଟାଲ ମୁଦ୍ରା)ରେ ମଧ୍ୟ ନିବେଶ କରିଥିବା ସୂଚନା ଦିଆଯାଇଛି। ଏହି ଚଢ଼ାଉ ଓ ଯାଞ୍ଚ ଜାରି ରହିଥିବାବେଳେ ବିକାଶଙ୍କୁ ଅଧିକ ପଚରାଉଚରା କରାଯାଉଛି। ଚଢ଼ାଉ ଓ ଯାଞ୍ଚ ସରିବା ପରେ ସମ୍ପତ୍ତିର ପରିମାଣ ଆହୁରି ବଢ଼ିପାରେ ବୋଲି ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଚଢ଼ାଉ ବେଳେ ସୌଭାଗ୍ୟ ନଗରସ୍ଥିତ ଆଲିସାନ୍‌ ଘରେ ଇଣ୍ଟେରିୟର କାର୍ଯ୍ୟ ଦେଖି ଭିଜିଲାନ୍ସ ଅଧିକାରୀମାନେ ଆଶ୍ଚର୍ଯ୍ୟ ହୋଇଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ପାଇଁ ୧୨ ଶ୍ରମିକଙ୍କୁ ଲୁଚାଇ ରଖିଥିଲେ ଦଲାଲ: ମାଡ଼ିବସିଲା ପୋଲିସ

ଲାଠୋର,୨୮।୧୦(ଭୁବନେଶ୍ୱର ବାରିକ): ଲାଠୋର ପୋଲିସ ସୋମବାର ସନ୍ଧ୍ୟାରେ ଲାଠୋର ଗ୍ରାମର ଏକ ପରିତ୍ୟକ୍ତ ଘରୁ ୧୨ ଜଣ ଦାଦନ ଶ୍ରମିକ ଓ ଜଣେ ଶିଶୁଙ୍କୁ ଉଦ୍ଧାର...

ପାରିଶ୍ରମିକ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଅଭିଯୋଗ ଆଣିଲେ ସ୍ବେଚ୍ଛାଗ୍ରାହୀ

କୋକସରା,୨୮ା୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପାରିଶ୍ରମିକ ବୃଦ୍ଧି ଓ ଥଇଥାନ ନେଇ କଳାହାଣ୍ଡି ଜିଲା ସ୍ବେଚ୍ଛାଗ୍ରାହୀ ସଂଘ ପକ୍ଷରୁ ସଭାପତି ତେଜରାଜ ଦୁରିଆଙ୍କ ନେତୃତ୍ୱରେ ଭୁବନେଶ୍ୱରଠାରେ ମୁଖ୍ୟମନ୍ତ୍ରୀଙ୍କ...

ଧନତେରସରେ ସୁନା କିଣିବାକୁ ଯୋଜନା କରୁଛନ୍ତି କି? ଜାଣିନିଅନ୍ତୁ ନୂଆ ଦର

ଭୁବନେଶ୍ୱର,୨୮।୧୦: ରାତି ପାହିଲେ ସୁଖ ଓ ସମୃଦ୍ଧିର ପର୍ବ ଧନ ତ୍ରୟୋଦଶୀ ବା ଧନତେରସ। କୁହାଯାଏ ଏହିଦିନ ସୁନା ଗହଣା କିଣିଲେ ଘରକୁ ଲକ୍ଷ୍ମୀ ଆସନ୍ତି।...

୧୪ ବର୍ଷ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୨୦ରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି।...

ପ୍ରଣିତା ହେଲେ ହିଞ୍ଜିଳିକାଟୁ ପୌର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ

ହିଞ୍ଜିଳିକାଟୁ, ୨୮।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସୋମବାର ଦାୟିତ୍ୱ ନେଇଛନ୍ତି ପ୍ରବୋସନାରୀ ଆଇଏଏସ ପ୍ରଣିତା ଦାସ...

୧୪ ବର୍ଷ ପରେ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୨୦ରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି।...

୧୦୮ ଆମ୍ବୁଲାନ୍ସ ମହାସଙ୍ଘର ଚେତାବନୀ: ଦାବି ପୂରଣ ନ ହେଲେ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ

ଭବାନୀପାଟଣା,୨୮।୧୦(ଉତ୍ତମ କୁମାର ଦାଶ): ଅଲ୍‌ ଓଡ଼ିଶା ୧୦୮ କର୍ମଚାରୀ ମହାସଙ୍ଘ କଳାହାଣ୍ଡି ଶାଖା ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ ଏବଂ ସିଡିଏମ୍‌ଓଙ୍କୁ ଏକ ୧୧ ଦଫା...

ରାଜ୍ୟବାସୀଙ୍କୁ ମିଳିବ ୨ ସ୍ବାସ୍ଥ୍ୟ କାର୍ଡ, ଜାଣନ୍ତୁ କିପରି କରିବେ ରେଜିଷ୍ଟ୍ରେଶନ, କ’ଣ ଡକ୍ୟୁମେଣ୍ଟ ଆବଶ୍ୟକ

ଭୁବନେଶ୍ୱର,୨୮।୧୦: ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri