ଏଇ ଭାରତରେ

ଶିଖିବା ଓ ସଫଳତା ପାଇବାରେ ବୟସର କୌଣସି ସୀମା ନ ଥାଏ। ଏମିତି ଜଣେ ସଫଳ ମହିଳା ହେଉଛନ୍ତି ମଣିପୁରର ଶୁଭ ଭଟନାଗର। ୬୩ ବର୍ଷୀୟା ଶୁଭ କେଶର ଚାଷରେ ଦକ୍ଷତା ଦେଖାଇ ଏକ ଉଦାହରଣ ସୃଷ୍ଟି କରିପାରିଛନ୍ତି। ସବୁଠୁ ବଡ଼ କଥା ହେଉଛି ସେ ଘର ଭିତରେ ୫୦୦ ବର୍ଗଫୁଟ ଜାଗାରେ ଏରୋପୋନିକ୍ସ (ଆର୍ଦ୍ର ବାୟୁ ପରିବେଶରେ ଚାଷ) ପଦ୍ଧତିରେ ଏହି ଚାଷ କରୁଛନ୍ତି। ପରିବାର ଅର୍ଥାତ୍‌ ଇଞ୍ଜିନିୟର ପୁଅ, ବୋହୂ ଓ ସ୍ବାମୀଙ୍କ ସହଯୋଗରେ ସେ ‘ଶୁଭାନି ସ୍ମାର୍ଟ ଫାର୍ମ’ ଗଠନ କରି କେଶର ଚାଷ କରି ଅକ୍ଷାଧିକ ଟଙ୍କା ରୋଜଗାର କରୁଛନ୍ତି। ଏହି ଚାଷରେ ସେ ଆଖପାଖ ଗାଁର ୨୫ ଜଣ ମହିଳାଙ୍କୁ ନିଯୁକ୍ତି ଦେଇଛନ୍ତି। ସେ ଅଗଷ୍ଟ ୨୦୨୩ରେ ଏହି ଚାଷ ଆରମ୍ଭ କରିଥିଲେ। ୩ ମାସ ପରେ ପ୍ରଥମ କେଶର ଉପତ୍ାଦନ କଲେ ଓ ଚଳିତ ବର୍ଷ ପ୍ରାରମ୍ଭରେ ୨ କେ.ଜି. କେଶର ବିକ୍ରି କରି ୮ ଲକ୍ଷ ଟଙ୍କା ରୋଜଗାର କରିଛନ୍ତି। ଶୁଭ ହିନ୍ଦୀ ସାହିତ୍ୟରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି, କିନ୍ତୁ ବୈଜ୍ଞାନିକ ପଦ୍ଧତି ଅନୁସରଣ କରି ଚାଷରେ ତାହାକୁ କାର୍ଯ୍ୟକାରୀ କରିବାରେ ଏଭଳି ସଫଳତା ଅନେକଙ୍କ ପାଇଁ ଆଶା ସଞ୍ଚାର କରିଛି। ଏହି ଚାଷ ଲାଗି ଶୁଭ କଶ୍ମୀରର ନାମକରା କୃଷକଙ୍କଠାରୁ ପ୍ରଶିକ୍ଷଣ ନେଇଛନ୍ତି। ପାରମ୍ପରିକ ପଦ୍ଧତିରେ ୧.୫ ଏକରରୁ ଯେଉଁ ପରିମାଣର କେଶର ଉପତ୍ାଦନ ହୁଏ ସେତିକି ପରିମାଣ ଏରୋପୋନିକ୍ସ ପଦ୍ଧତିରେ ୫୦୦ ବର୍ଗଫୁଟ ଜାଗାରେ ଉପତ୍ାଦନ କରୁଛନ୍ତି ଶୁଭ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ମୌସୁମୀ କାପାଡ଼ିଆଙ୍କ ସାହସିକ ଯାତ୍ରା ଅନ୍ୟମାନଙ୍କ ପାଇଁ ଏକ ପ୍ରେରଣାଦାୟୀ କାହାଣୀ। ରିଜିଡ୍‌ ସ୍ପାଇନ ମସ୍କୁଲାର ଡିସ୍‌ଟ୍ରୋଫି( ଆର୍‌ଏସ୍‌ଏମ୍‌ଡି) ରୋଗରେ ପୀଡ଼ିତ ତାଙ୍କ ବଡ଼ ପୁଅ...

ଦରିଦ୍ରଙ୍କୁ ଦୁରାଚାରରୁ ମୁକ୍ତି

ବୃହସ୍ପତି ସାମଲ ଶନାଲ କ୍ରାଇମ୍‌ ରେକଡର୍‌ସ ବ୍ୟୁରୋର ୨୦୨୧ ତଥ୍ୟାନୁଯାୟୀ ଭାରତରେ ଘଟୁଥିବା ମୋଟ ଅପରାଧରୁ ୨୮% ଦାରିଦ୍ର୍ୟ ସହ ଜଡ଼ିତ। ୟୁନାଇଟେଡ୍‌ ନେସନ୍ସ ଅଫିସ...

ଶାଶ୍ୱତ ସୁଖର ଚଲାପଥ

ଯଚିଦାନନ୍ଦ ଦାଶ ପାଠକେ, ଆପଣ ଦେଖିଥିବେ, ଅଧିକାଂଶ ଧନୀ ଓ କୋଟିପତି ବ୍ୟକ୍ତିମାନେ ସବୁ ସମୟରେ ବ୍ୟସ୍ତତା ଓ ଚିନ୍ତିତ ଅବସ୍ଥାରେ ସମୟ ଅତିବାହିତ କରିଥାନ୍ତି।...

ଅଥର୍ବ ବେଦ ଓ ଋଷି ପିପ୍ପଳାଦ

ଅଥର୍ବ ବେଦର ସ୍ତୋତ୍ରଗୁଡ଼ିକରେ ସହାୟତା ଓ ଚିକିତ୍ସା ସମ୍ପର୍କିତ ମନ୍ତ୍ର ରହିଛି। ଏପରିକି ଏଥିରେ କ୍ଷତି କରୁଥିବା ମନ୍ତ୍ର ମଧ୍ୟ ରହିଛି। ଏହାକୁ ଯେଉଁ ଋଷି...

ବୃହତ୍ତମ ସୁପରମୁନ୍‌ ଓ ଜନମତ

ଅକ୍ଟୋବର ୧୭ ତାରିଖ, ଗୁରୁବାର। ୨୦୨୪ମସିହାର ୨୯୧ତମ ଦିନ ଓ ୪୨ତମ ସପ୍ତାହର ୪୨ତମ ଗୁରୁବାର। ସେଦିନ ପଡୁଛି ପୂର୍ଣ୍ଣିମା, କିନ୍ତୁ ଏବର୍ଷର ନିଆରା ପୂର୍ଣ୍ଣିମା।...

ଆଇନଗତ ଦ୍ୱନ୍ଦ୍ୱରେ ଶିଶୁ

କିଶୋର/କିଶୋରୀମାନେ ଅପରାଧରେ ସାମିଲ ହେବାର ଅନେକ ଉଦାହରଣ ଏବେ ଲୋକଲୋଚନକୁ ଆସୁଛି। ତେବେ ଏହି ନାବାଳକ/ନାବାଳିକାମାନେ ପେସାଦାର ଅପରଧୀ। ଏମାନଙ୍କ ଅପରାଧର ପୃଷ୍ଠଭୂମି ଅଛି ନା...

କାନାଡା ସମ୍ପର୍କ ତୁଟିଲା

ଖଲିସ୍ତାନ ସପକ୍ଷବାଦୀ ନେତା ତଥା ଭାରତ ପକ୍ଷରୁ ଆତଙ୍କବାଦୀ ଘୋଷିତ ହୋଇଥିବା ହରଦୀପ ସିଂ ନିଜ୍ଜାର ହତ୍ୟା ଘଟଣାରେ ଭାରତୀୟ ଉଚ୍ଚାୟୁକ୍ତ ଓ ଅନ୍ୟ କୂଟନୀତିଜ୍ଞମାନଙ୍କୁ...

ଧାଡ଼ି ଶେଷର ମଣିଷ

ଧାଡ଼ିର ଶେଷରେ ଠିଆ ହୋଇଛନ୍ତି ଆପଣ। ଧୀରେ ଧୀରେ ଲୋକମାନେ ଆଗକୁ ବଢୁଛନ୍ତି। ନିଜ ଭିତରେ ବିରକ୍ତ ହେଉଥିବେ। କ’ ଣ ପାଇଁ ଆସିଲି। ଟିକେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri