ଏଇ ଭାରତରେ

କୃଷି ଛାଡ଼ି ଚାକିରି କରିବାକୁ ଅନେକେ ପସନ୍ଦ କରୁଥିବାବେଳେ ଏସ୍‌.ଶିବଗଣେଶ ଚାକିରି ଛାଡ଼ି ଚାଷରେ ଲାଗିଛନ୍ତି। ୨୦୦୬ରେ ସେ ମେକାନିକାଲ ଇଞ୍ଜିନିୟରିଂରେ ଡିଗ୍ରୀ ହାସଲ କରିବା ପରେ ରାଜସ୍ଥାନର ଏକ ଆଣବିକ ଶକ୍ତି କେନ୍ଦ୍ରରେ ଚୁକ୍ତିଭିତ୍ତିକ ଚାକିରି କରିଥିଲେ। ୨୦୧୦ରେ ତାହାକୁ ଛାଡ଼ି ତାଙ୍କ ଗାଁ ମୀନାକ୍ଷିପୁରମ୍‌କୁ ଫେରି ଆସିଥିଲେ। କେରଳ ଓ ତାମିଲନାଡୁ ସୀମାରେ ଥିବା ଏହି ଗାଁରେ ଏବେ ଶିବଗଣେଶ ୬ ଏକର ଜମିରେ ଜୈବିକ ଚାଷ ଆରମ୍ଭ କରୁଛନ୍ତି। ସେ ମୁଖ୍ୟତଃ ଆମ୍ବ ଓ ଜାଇଫଳ ଉତ୍ପାଦନ କରିବା ସହ ୧୬୦୦ ନଡ଼ିଆ ଗଛ ଲଗାଇଛନ୍ତି। ହଳଦୀ, ଗୋଲମରିଚ, ଗୁଆ ଓ ନଡ଼ିଆ ଚାଷ ମଧ୍ୟ କରୁଛନ୍ତି। ମୋଟରେ ସେ ବର୍ଷକୁ ପାଖାପାଖିତ୍ ୧୩ ଲକ୍ଷ ଟଙ୍କା ଲାଭ ପାଉଛନ୍ତି। ଏଥିପାଇଁ ତାଙ୍କୁ ରାଜ୍ୟ ସରକାର କେରା କେଶରୀ ପୁରସ୍କାରରେ ସମ୍ମାନିତ କରିଛନ୍ତି। ଶିବଗଣେଶ ସିଞ୍ଚନ ପଦ୍ଧତିରେ ଜଳସେଚନ କରିବା ସହ ଏହା ମାଧ୍ୟମରେ ଜୈବିକ ସାର ପ୍ରୟୋଗ( ଫର୍ଟିଗେସନ) କରୁଛନ୍ତି। ସେ ତାଙ୍କ ଫାର୍ମରେ ବର୍ଷାଜଳ ସଂରକ୍ଷଣ କରି ଦୁଇଟି ପୋଖରୀ ନିର୍ମାଣ କରି ସେଥିତ୍ରେ ମାଛ ଚାଷ ମଧ୍ୟ କରୁଛନ୍ତି ଓ ଫାର୍ମରେ ଥିବା ନର୍ସରିରେ ଆମ୍ବ ଓ ଜାଇଫଳ ଚାରା ବିକ୍ରି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଭ୍ରମଣ ମଧ୍ୟରେ କିଛି ବିପଦ ଆଉ ସୌନ୍ଦର୍ଯ୍ୟପୂର୍ଣ୍ଣ ପରିବେଶ ଥିଲେ ତାହା ଏକ ନିଆରା ଅନୁଭବ ଦିଏ ବୋଲି କହନ୍ତି ମୁମ୍ବାଇର ନେହାଲ ଶାହା। ସେ...

ପଥୁରିବାଟିର ଚେତାବନୀ

ନବ୍ୟ ଆଧୁନିକତାର ପ୍ରବାହ ମଧ୍ୟରେ ପୁରୁଣା କାଳର ଯେଉଁ କେତେକ ଦ୍ରବ୍ୟ ବିସ୍ମୃତିର ଅତଳ ଗର୍ଭରେ ହଜିଯାଇଛି, ତନ୍ମଧ୍ୟରୁ ପଥୁରିବାଟି ବା ପଥରରେ ନିର୍ମିତ ବାସନ...

ଦୁଃସାହସିକ ଅଭିଯାତ୍ରୀ

କେତେତବେଳେ ଗୋଟେ ଚିନ୍ତାଧାରା ଆପଣଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆଣିଦେବ, ସେଥିପାଇଁ ବୟସ କଦାପି ତାହା ନିର୍ଦ୍ଧାରଣ କରି ନ ଥାଏ। ନୂଆ କିଛି ପଦକ୍ଷେପ...

ଦକ୍ଷତାର ଅଭାବ

ଚଳିତ ମାସରେ ଦୁଇଟି ଶୀର୍ଷକ ସମ୍ବଳିତ ଖବର ପ୍ରକାଶ ପାଇଛି। ଗୋଟିଏ ହେଉଛି ‘ଟେରର ଫାଇନାନ୍ସିଂ(ଉଗ୍ରବାଦୀଙ୍କୁୁ ପାଣ୍ଠି ଯୋଗାଣ), ମନି ଲଣ୍ଡରିଂ (ଅର୍ଥ ହେରଫେର) ନିୟନ୍ତ୍ରଣ...

ବିଶ୍ୱ ଶାନ୍ତି ପାଇଁ ଆଶା

ପୃଥିବୀ ଶାନ୍ତିମୟ ସେତେବେଳେ ହେବ, ଯେତେବେଳେ ପୃଥିବୀରେ ରହୁଥିବା ସବୁ ଲୋକ ଶାନ୍ତିରେ ରହିବେ। କେତେବେଳେ ଜଣେ ଖୁସି ହେବେ? ଯେତେବେଳେ ଲୋକେ ଉତ୍ତେଜନା ମୁକ୍ତ...

ପରିଧାନ ଓ ବ୍ୟକ୍ତିତ୍ୱ

ବର୍ଣ୍ଣାଡ ଶଙ୍କ ସମ୍ମାନାର୍ଥେ ଏକ ବ୍ରିଟିଶ୍‌ କ୍ଲବରେ ଭୋଜିର ଆୟୋଜନ କରାଯାଇଥାଏ। ସେହି କ୍ଲବରେ ପ୍ରବେଶକାରୀଙ୍କ ପାଇଁ ସୁଟ୍‌ ଓ ଟାଇ ପିନ୍ଧିବା ଏକ ବାଧ୍ୟତାମୂଳକ...

ଉଚିତ ପଦକ୍ଷେପ

ଅଭିନେତ୍ରୀ ତଥା ମଡେଲ କାଦମ୍ବରୀ ଜେଟ୍‌ୱାନୀଙ୍କ ଅନୁଚିତ ଗିରଫଦାରିକୁ ନେଇ ଆନ୍ଧ୍ରପ୍ରଦେଶର ତିନିଜଣ ବରିଷ୍ଠ ଆଇପିଏସ୍‌ ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି। ଏହି ଘଟଣା କ୍ଷମତାର ଅପବ୍ୟବହାର...

ଏଇ ଭାରତରେ

ପେସାରେ ଶିକ୍ଷୟିତ୍ରୀ ହେଲେ ବି ଫୁଲଚାଷ ତାଙ୍କ ପାଇଁ ଆଣିଛି ସ୍ବତନ୍ତ୍ର ପରିଚୟ। କେରଳ ଥ୍ରିଶୂର ଜିଲା ବାସିନ୍ଦା ଲତିକା ସୁତାନ ବଗିଚାରେ ପଦ୍ମ ଓ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri