ଭିଜିଲାନ୍ସ ଜାଲରେ କିରାଣି

କେନ୍ଦୁଝର,୧୨ା୧୦(ସ୍ବ.ପ୍ର.): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ ବାଂଶପାଳ ବିଇଓ ଅଫିସ୍‌ର କନିଷ୍ଠ କିରାଣି ଗଙ୍ଗାଧର ସାହୁଙ୍କ ସରକାରୀ ବାସଭବନ ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ବୁଧବାର ସକାଳେ କେନ୍ଦୁଝର ଜେଲରୋଡ୍‌ସ୍ଥିତ ସରକାରୀ ବାସଭବନ, ଭାଲୁକିପତଳାସ୍ଥିତ ୩ ମହଲା ଘର, ତେଲକୋଇ ବ୍ଲକ ତାଳପଦାସ୍ଥିତ ପୈତୃକ ଘର ଓ ଶ୍ୱଶୁର ଘର ସରାସପଶିରେ, ବାଂଶପାଳ ବିଇଓ କାର୍ଯ୍ୟାଳୟ ସମେତ ଏକକାଳୀନ ଚଢ଼ାଉ କରି ଯାଞ୍ଚ କରାଯାଇଥିଲା। ଏହି ଚଢ଼ାଉରେ ବାଲେଶ୍ୱର ଡିଭିଜନ ଭିଜିଲାନ୍ସ ଏସ୍‌ପି ନରହରି ନାୟକଙ୍କ ନେତୃତ୍ୱରେ ଡିଏସ୍‌ପି ହରେକୃଷ୍ଣ ମାଝି, ଦକ୍ଷିଣୀ ଚରଣ ମୁର୍ମୁ, ସିକନ୍ଦର ହେମ୍ବ୍ରମଙ୍କ ସମେତ ୭ ଇନ୍ସପେକ୍ଟର,୨ ଏଏସ୍‌ଆଇ ଓ ୯ କନ୍‌ଷ୍ଟେବଳ ସାମିଲ ହୋଇଥିଲେ। ଯାଞ୍ଚ ବେଳେ ପାଖାପାଖି ୮୫ ଲକ୍ଷ ଟଙ୍କା ମୂଲ୍ୟର ଭାଲୁକିପତଳା ୩ ନମ୍ବର ଲେନ୍‌ରେ ଥିବା ୩ ମହଲା ଘର ଥିବା ଜଣାପଡ଼ିଛି। ସେହିପରି ଭାଲୁକିପତଳା ମୌଜାରେ ଏକ ପ୍ଲଟ ଥିବା ଜଣାପଡ଼ିଛି। ସେହିପରି ବିଭିନ୍ନ ବ୍ୟାଙ୍କରେ ଫିକ୍ସ ଜମା ଏବଂ ବୀମା ଜମା ବାବଦକୁ ୧୨ ଲକ୍ଷ ୭୫ ହଜାର ଟଙ୍କାର କାଗଜପତ୍ର ମିଳିଛି। ଯାହାକୁ ଭିଜିଲାନ୍ସ ବିଭାଗ ଅଧିକ ଯାଞ୍ଚ କରୁଛି। ସେହିପରି ଶଳା ନାମରେ ଥିବା ୯ ଲକ୍ଷ ଟଙ୍କା ମୂଲ୍ୟର ଏକ କାର୍‌ ଏବଂ ୨ ଲକ୍ଷ ଟଙ୍କାର ଆସବାବପତ୍ର ମିଳିଛି। ତାଙ୍କ ନାମରେ ବାରମ୍ବାର ଅଭିଯୋଗ ହେବା ପରେ ଭିଜିଲାନ୍ସ ବିଭାଗ ୨୦୨୧ ମସିହାରୁ ତଥ୍ୟ ସଂଗ୍ରହ କରି ଆସୁଥିଲା। ଗତ ୧୦ ତାରିଖରେ ଆୟ ବହିର୍ଭୂତ ସମ୍ପତ୍ତି ଯାଞ୍ଚ ପାଇଁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରୁ ଓ୍ବାରେଣ୍ଟ ଆଣି ଆଜି ଏହି ଚଢ଼ାଉ କରାଯାଇଥିବା ଏସ୍‌ପି ନରହରି ନାୟକ କହିଛନ୍ତି। ତେବେ ସବିଶେଷ ହିସାବ କରିବା ପରେ ଆୟ ବହିର୍ଭୂତ ସମ୍ପତ୍ତି କେତେ ରହିଛି ଜଣାପଡ଼ିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଟ୍ରଲର, ୨ ମହିଳା ଗୁରୁତର

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ରାଇସୁଆଁ ପୁରୁଣା ଥାନା ନିକଟରେ ରବିବାର ସାରେ ରାସ୍ତା ଅତିକ୍ରମ କରୁଥିବାବେଳେ...

୨ ନାବାଳିକାଙ୍କୁ ଗଣବଳାତ୍କାର: ଅଭିଯୋଗ ପରେ ପୋଲିସର ତତ୍ପରତା, ୩ ଜଣ ଅଟକ

ରାଉରକେଲା, ୨୨।୯(ସଂଗୀତା ଜେନା): ରାଉରକେଲାରେ ଚାଞ୍ଚଲ୍ୟ। ଦୁଇ ଜଣ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ଥାନାରେ ଅଭିଯୋଗ ହେବା ପରେ ପୋଲିସ ତତ୍ପର ହୋଇ ଉଠିଛି। ଏହି...

ଶ୍ୱଶୁରଙ୍କୁ ହତ୍ୟାକଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

ଗାଁ ନିକଟରେ ଦିନ ଦି ପ୍ରହରରେ ବୁଲୁଛି ଗୋଠ ଛଡା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଫରେଷ୍ଟ ସେକ୍ସନ ଅଧୀନରେ ଥିବା ପାତ୍ରବସା ଗାଁ ନିକଟରେ ଏକ ଭାଲୁ ଦିନ ଦି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ,ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୨।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ...

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ...

ଶୁଣିଲା ନାହିଁ ପ୍ରଶାସନ, ରାସ୍ତା ମରାମତି କଲେ ଗାଁ ଯୁବକ

କେନ୍ଦୁଝର,୨୨।୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ ଭାଟୁଣୀଆଁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଦିନକୁ ଦିନ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri