Categories: ଜାତୀୟ

ଟାର୍ଗେଟରେ ଉପମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨।୧୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଉପରେ ମଙ୍ଗଳବାର ଆୟକର ବିଭାଗର ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଆୟକର ବିଭାଗ ପକ୍ଷରୁ ପାୱାରର ପାଞ୍ଚଟି ସମ୍ପତ୍ତି ଜବତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ସମ୍ପତ୍ତିର ମୂଲ୍ୟ ଏକ ହଜାର କୋଟିରୁ ଅଧିକ ହେବ ବୋଲି ଆକଳନ କରାଯାଇଛି। ଜବତ ହେବାକୁ ଥିବା ଅଜିତଙ୍କ ୫ଟି କମ୍ପାନୀ ହେଉଛି- ପ୍ରାୟ ୬ଶହ କୋଟି ମୂଲ୍ୟର ଜରନ୍ଦେଶ୍ୱର ସୁଗର ଫ୍ୟାକ୍ଟ୍ରି, ସାଉଥ ଦିଲ୍ଲୀସ୍ଥିତ ୨୦ କୋଟି ଟଙ୍କା ମୂଲ୍ୟର ଫ୍ଲାଟ, ଅଜିତଙ୍କ ପୁଅ ପାର୍ଥ ପାୱାରଙ୍କ ପ୍ରାୟ ୨୫ କୋଟି ଟଙ୍କା ମୂଲ୍ୟର ନିର୍ମଳ ଅଫିସ, ଗୋଆରେ ଥିବା ପ୍ରାୟ ୨୫୦ କୋଟି ମୂଲର ରିସର୍ଟ ‘ନିଲୟ’ ଓ ମହାରାଷ୍ଟ୍ରର ୨୭ଟି ଅଲଗା ଅଲଗା ଜାଗାରେ ଥିବା ପ୍ରାୟ ୫ଶହ କୋଟି ମୂଲ୍ୟର ଜାଗା । ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ଗିରଫ ହେବାର ଗୋଟିଏ ଦିନ ପରେ ଆୟକର ବିଭାଗ ଏହି ପଦକ୍ଷେପ ନେଇଛି।
ସୂଚନାଯୋଗ୍ୟ, ଅଜିତ ପାୱାର ଦୀର୍ଘ ଦିନ ଧରି ଆୟକର ବିଭାଗର ନଜରରେ ରହିଆସିଥିଲେ। ଗତ ଅକ୍ଟୋବର ୭ରେ ଆୟକର ବିଭାଗ ପାଓ୍ବାରଙ୍କ ୭୦ରୁ ଅଧିକ ବେସରେ ଚଢାଉ କରିଥିଲା। କେନ୍ଦ୍ରୀୟ ସଂସ୍ଥା ଦୁଇଟି ରିଅଲ ଇଷ୍ଟେଟ ଏବଂ ସେମାନଙ୍କ ସମ୍ପର୍କୀୟଙ୍କ ଘର ଉପରେ ଚଢାଉ କରିବା ପରେ ୧୮୪ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତି ଜଣାପଡିଥିଲା।

Share