ବିଏସ୍‌କେଓ୍ବାଇର କଳେବର ବୃଦ୍ଧି, ସହଭାଗୀ ହେଲେ ୮୧୬ ଘରୋଇ ସୁପର ସ୍ପେଶିଆଲିଟି ହସ୍ପିଟାଲ

ଭୁବନେଶ୍ୱର,୨୧ା୧୨: ସାର୍ବଜନୀନ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଦିଗରେ ଓ ସରକାରଙ୍କ ଅନନ୍ୟ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବି.ଏସ୍‌.କେ.ଓ୍ବାଇ )ଅଭୂତପୂର୍ବ ସଫଳତା ହାସଲ କରିଛି। ଏହି ଯୋଜନାରେ ସହଭାଗୀ ହସ୍ପିଟାଲଙ୍କ ସଂଖ୍ୟା ଏବଂ ଚିକିତ୍ସା ବାବଦ ବିନିଯୋଗ ଅର୍ଥରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିଛି। ରାଜ୍ୟ ସ୍ବାସ୍ଥ୍ୟସେବା ପ୍ରତିଶ୍ରୁତି ସୋସାଇଟିର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡାକ୍ତର ଡି ବୃନ୍ଦାଙ୍କ ଆଭ୍ୟନ୍ତରୀଣ ସମୀକ୍ଷା ବୈଠକରୁ ଏହା ଜଣାପଡ଼ିଛି।

ସୋସାଇଟିର ସଭାଗୃହ ଠାରେ ଅନୁଷ୍ଠିତ ଏହି ବୈଠକରେ ଯୁଗ୍ମ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଅତିରିକ୍ତ ଶାସନ ସଚିବ ଶୁଭାନନ୍ଦ ମହାପାତ୍ର ଆଲୋଚନା ନିମନ୍ତେ ତଥ୍ୟ ଉପସ୍ଥାପନ କରିଥିଲେ। ବୈଠକରେ ମୁଖ୍ୟତଃ ଅନୁବନ୍ଧିତ ହସ୍ପିଟାଲମାନେ ଦେଉଥିବା ବିଲ୍‌ର ସଠିକ ଯାଞ୍ଚ ଓ ପୈଠ, ମୋ’ ସରକାର ଏବଂ ଅନନ୍ୟ ସୂତ୍ରରୁ ମିଳୁଥିବା ଆପତ୍ତି ଅଭିଯୋଗର ଆଶୁ ସମାଧାନ, କ୍ଷେତ୍ରସ୍ତରରେ ସ୍ବାସ୍ଥ୍ୟମିତ୍ରମାନଙ୍କର କାର୍ଯ୍ୟଦକ୍ଷତା ଆଦି ବିଷୟ ଉପରେ ଆଲୋଚନା ହୋଇଥିଲା।

Share