ପୁଣି ବଢିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୯।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୯ ହଜାର ୪୧୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧୫୯ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ୮ ହଜାର ୨୫୧ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୩୬ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୯୪ ହଜାର ୭୪୨ ରହିଛି।  ସାପ୍ତାହିକ ପଜିଟିଭ୍‌ ହାର ୦.୯୪ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୯୮ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୨୭ ପ୍ରତିଶତରେ ପହଞ୍ଚିଛି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୭୪ ହଜାର ୧୧୧ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୭ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୩୦ କୋଟି ୩୯ ଲକ୍ଷ ୩୨ ହଜାର ୨୮୬ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୮୦ ଲକ୍ଷ ୮୬ ହଜାର ୯୧୦ ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୦ ଲକ୍ଷ ୯୭ ହଜାର ୩୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଧିରେ ଧିରେ ଭିଡ଼ ବଢୁଥବାରୁ କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌କୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ବଢ଼ିବାରେ ଲାଗିଛି। ଭିଡ଼ ସଂକ୍ରମଣର ମୁଖ୍ୟ କାରଣ ପାଲଟିଛି। ଏନେଇ ସରକାରଙ୍କ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।

Share