Categories: ଖେଳ

ଭାରତ ସିରିଜ ବିଜୟୀ: ଅଷ୍ଟ୍ରେଲିଆକୁ ୨୦ ରନରେ ହରାଇଲା

ରାୟପୁର, ୧।୧୨: ରାୟପୁରର ଶହୀଦ ବୀର ନାରାୟଣ ସିଂ ଇଷ୍ଟରନ୍ୟାଶନାଲ ଷ୍ଟାଡିୟମରେ ଶୁକ୍ରବାର ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚତୁର୍ଥ ଟି୨୦ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହୋଇଛି। ଏଥିରେ ଭାରତ ୨୦ ରନରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଫଳରେ ଘରୋଇ ଦଳ ୩-୧ରେ ଅଗ୍ରଣୀ ସହ ୫ ମ୍ୟାଚ ବିଶିଷ୍ଟ ସିରିଜକୁ ଆଗୁଆ ଜିତି ନେଇଛି। ଭାରତ ୨୦ ଓଭରରେ ୯ ଉଇକେଟ ହରାଇ ୧୭୪ ରନ କରିଥିବାବେଳେ ଅଷ୍ଟ୍ରେଲିଆ ୨୦ ଓଭରରେ ୭ ଉଇକେଟ ହରାଇ ୧୫୪ ରନ କରିବାକୁ ସକ୍ଷମ ହୋଇଥିଲା। ଅଧିନାୟକ ମାଥ୍ୟୁ ଓ୍ବାଡେ ଅଷ୍ଟ୍ରେଲିଆ ପକ୍ଷରୁ ସର୍ବାଧିକ ୩୬ ରନକରି ଅପରାଜିତ ରହିଥିଲେ। ଭାରତୀୟ ବୋଲରଙ୍କ ମଧ୍ୟରେ ଅକ୍ଷର ପଟେଲ ୩ଟି, ଦୀପକ ଚହର ୨ଟି ଏବଂ ରବି ବିଷ୍ଣୋଇ ଓ ଆଭେଶ ଖାଁ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।

Share