Posted inଖେଳ

ଭାରତୀୟ ଦଳ ପାଇଁ ଖୁସି ଖବର

ଟିମ ଇଣ୍ଡିଆର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଅଭ୍ୟାସ ଆରମ୍ଭ କରିଛନ୍ତି। ସେ ବ୍ୟାୟାମ କରୁଥିବା ଏକ ଭିଡିଓ ଶେୟାର କରିଛନ୍ତି । ଟୁଇଟରରେ ଏହି ଭିଡିଓ ସେୟାର କରିବାବେଳେ ଜାଡେଜା ଶୀଘ୍ର ସୁସ୍ଥ ହେଉଥିବା କହିଛନ୍ତି। ଆହତ କାରଣରୁ ଜାଡେଜା ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଏବଂ ତୃତୀୟ ଟି -୨୦ ମ୍ୟାଚ ଖେଳିପାରି ନ ଥିଲେ। ପ୍ରଥମ ଟି -୨୦ରେ ମ୍ୟାଚ ସମୟରେ ଜାଡେଜା ମୁଣ୍ଡରେ ଆଘାତ ପାଇଥିଲେ। ପରେ ଜାଡେଜା ପୁରା ସିରିଜରୁ ବାଦ ପଡିଥିଲେ। ତାଙ୍କ ସ୍ଥାନରେ ଶାର୍ଦ୍ଦୁଲ ଠାକୁରଙ୍କୁ ଦଳରେ ସ୍ଥାନ ଦିଆଯାଇଥିଲା। ବିସିସିଆଇ ଏହା ପୂର୍ବରୁ ଟୁଇଟ କରି କହିଛି ଯେ ବିସିସିଆଇ ଡାକ୍ତରୀ ଦଳ ଜାଡେଜାଙ୍କ ଅବସ୍ଥା ଉପରେ ନଜର ରଖିଛନ୍ତି।ତେବେ ପରେ ବିସିସିଆଇ କହିଛି ଯେ, ଜାଡେଜା ମେଡିକାଲ ଦଳର ତତ୍ତ୍ୱାବଧାନରେ ଅଛନ୍ତି। ତାଙ୍କର କିଛି ଗୁରୁତ୍ୱପୂର୍ଣ୍ଣ ସ୍କାନ କରିବାକୁ ହେବ। ରବୀନ୍ଦ୍ର ଜାଡେଜା ଅଷ୍ଟ୍ରେଲିଆ ବିପକ୍ଷ ଚାରି ଟେଷ୍ଟ ସିରିଜର ଏକ ଅଂଶ। ପ୍ରଥମ ଟେଷ୍ଟ ଆଡିଲେଡରେ ଖେଳାଯିବ। ଏହାପୂର୍ବରୁ ଜାଡେଜା ସୁସ୍ଥ ହେବା ଦଳ ପାଇଁ ଖୁସି ଖବର।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନର ମନ୍ଦ ଉଦ୍ଦେଶ୍ୟକୁ ନେଇ ଆଇସିସିର ବଡ଼ ଘୋଷଣା: ଭାରତ ଆସିବ ଚାମ୍ପିଅନ୍ସ ଟ୍ରଫି…

ନୂଆଦିଲ୍ଲୀ,୧୬।୧୧: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ର କାର୍ଯ୍ୟସୂଚୀକୁ ଉତ୍ସାହର ସହିତ ଅପେକ୍ଷା କରିଛି। ଏହି ଟୁର୍ନାମେଣ୍ଟକୁ ପାକିସ୍ତାନ ଆୟୋଜନ କରିବାକୁ ଥିବା ବେଳେ ପାକିସ୍ତାନ...

ଟିମ୍‌ ଇଣ୍ଡିଆରେ ଆଉ ନଜର ଆସିବେନି ସୂର୍ଯ୍ୟକୁମାର ଯାଦବ! ମନେ ପକାଇବେ ପ୍ରଶଂସକ, ଏ ହେଉଛି କାରଣ…

ନୂଆଦିଲ୍ଲୀ,୧୬।୧୧: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଟିମ୍‌ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ସ୍ମରଣୀୟ ପାଲଟିଛି। ଦଳ ୪ ମ୍ୟାଚ୍‌ର ଟି୨୦ ସିରିଜର ୩-୧ରେ ବାଜି ମାରିଛି।...

ମାର୍କ କିଙ୍ଗ୍‌ ୫ ବର୍ଷ ବାସନ୍ଦ

ଶିଫିଲ୍ଡ, ୧୬ା୧୧ (ଏପି): ଇଂଲିଶ ସ୍ନୁକର ଖେଳାଳି ମାର୍କ କିଙ୍ଗ୍‌ଙ୍କୁ ଶୁକ୍ରବାର ୫ ବର୍ଷ ବାସନ୍ଦ କରାଯାଇଛି। ମ୍ୟାଚ ଫିକ୍ସିଂ କରିବା ଓ ଟୁର୍ନାମେଣ୍ଟର ଭିତିରି...

ଆଇପିଏଲ୍‌ ନିଲାମିରେ ୫୭୪ ଖେଳାଳି

ନୂଆଦିଲ୍ଲୀ, ୧୬ା୧୧ (ପି.ଟି.): ଆଗାମି ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୨୦୨୫ ପାଇଁ ଖେଳାଳି ନିଲାମି ନଭେମ୍ବର ୨୪ ଓ ୨୫ରେ ସାଉଦି ଆରବର ଜେଦାହଠାରେ...

ରୋହିତ ଶର୍ମାଙ୍କ ବଡ଼ ରେକର୍ଡ ଭାଙ୍ଗିଦେଲେ ତିଳକ ବର୍ମା

ସେଞ୍ଚୁରିୟନ୍‌,୧୬।୧୧: ତିଳକ ବର୍ମା ଦକ୍ଷିଣ ଆଫ୍ରିକା ବିପକ୍ଷରେ ବିସ୍ଫୋରକ ପ୍ରଦର୍ଶନ କରି କ୍ରମାଗତ ଦ୍ୱିତୀୟ ଶତକ ହାସଲ କରିଛନ୍ତି। ଟି-୨୦ ସିରିଜର ଚତୁର୍ଥ ମ୍ୟାଚ୍‌ରେ ଟିମ...

ଦ୍ଵିତୀୟ ଥର ପାଇଁ ବାପା ହେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୧୬/୧୧: ଖୁସି ଖବର ଦେଲେ ଭାରତୀୟ କ୍ରିକେଟର ରୋହିତ ଶର୍ମା। ସେ ଦ୍ଵିତୀୟ ଥର ପାଇଁ ବାପା ହୋଇଛନ୍ତି। ତାଙ୍କ ସ୍ତ୍ରୀ ରିତିକା ଏକ ପୁତ୍ର...

ପାଞ୍ଚ ମ୍ୟାଚରେ ତିନି ଶତକ ସହିତ ଅନେକ ରେକର୍ଡ ଭାଙ୍ଗିଲେ ସାମସନ୍: ପଛରେ ପଡିଲେ ଧୋନୀ, ପନ୍ତ, ରାହୁଲ ଏବଂ ଇଶାନ୍

ନୂଆଦିଲ୍ଲୀ,୧୪ା୧୧: ଭାରତ ଏବଦଖିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଚାରି ମ୍ୟାଚ୍ ବିଶିଷ୍ଟ ଟି୨୦ ଅନ୍ତର୍ଜାତୀୟ ସିରିଜର ଚତୁର୍ଥ ମୁକାବିଲାରେ ଭାରତୀୟ ବ୍ୟାଟରମାନେ ଅନେକ ରେକର୍ଡ ଭାଙ୍ଗିଛନ୍ତି।...

ଖ୍ୟାତନାମା ବକ୍ସର ମାଇକ୍‌ ଟାଇସନ୍‌ କ’ଣ ମୁସଲମାନ? ୫ ହଜାର କୋଟି ରୋଜଗାର କରି ବି ହୋଇଛନ୍ତି ଦେବାଳିଆ, ଏବେ…

ନୂଆଦିଲ୍ଲୀ,୧୫।୧୧: ଦୁନିଆର ସର୍ବଶ୍ରେଷ୍ଠ ବକ୍ସରମାନଙ୍କ ମଧ୍ୟରେ ପରିଗଣିତ ହେଉଥିବା ମାଇକ ଟାଇସନ ୧୯ ବର୍ଷ ପରେ ବୃତ୍ତିଗତ ଭାବେ ପ୍ରତିଦ୍ୱନ୍ଦ୍ୱିତାକୁ ଓହ୍ଲାଇବେ। ନଭେମ୍ବର ୧୬ ରେ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri