Posted inଖେଳ

ବଡ଼ ରେକର୍ଡର ନିକଟତମ ହିଟ୍‌ମ୍ୟାନ, ତେନ୍ଦୁଲକରଙ୍କୁ ପକାଇପାରନ୍ତି ପଛରେ…

ନୂଆଦିଲ୍ଲୀ,୨୬।୭: ୱେଷ୍ଟଇଣ୍ଡିଜ ବିପକ୍ଷ ଖେଳାଯାଇଥିବା ଟେଷ୍ଟ ସିରିଜରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଭଲ ଫର୍ମରେ ନଜର ଆସିଛନ୍ତି। ସେ ପ୍ରଥମ ମ୍ୟାଚରେ ଶତକ ପାର୍‌ କରିଥିଲେ। ଏହା ବ୍ୟତୀତ ସେ ହାରାହାରି ୮୦ ଟି ମ୍ୟାଚର ତିନୋଟି ଇନିଂସରେ ୨୪୦ରନ ସଂଗ୍ରହ କରିଥିଲେ। ଏହି ସମୟ ମଧ୍ୟରେ ସେ ୧ ଶତକ ସହିତ ଦୁଇଟି ଅର୍ଦ୍ଧଶତକ ହାସଲ କରିଥିଲେ। ଦିନିକିଆ ସିରିଜରେ ଏବେ ରୋହିତ ଶର୍ମାଙ୍କ ନଜର ଏକ ବଡ଼ ରେକର୍ଡ ଉପରେ ରହିବ।

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ ମାଧ୍ୟମରେ ରୋହିତ ଶର୍ମା ତାଙ୍କ ଦିନିକିଆ କ୍ୟାରିୟରରେ ୧୦,୦୦୦ ରନ ପୂରଣ କରିପାରନ୍ତି। ୨୩୪ଟି ଦିନିକିଆର ୨୩୬ଇନିଂସରେ ବ୍ୟାଟିଂ କରୁଥିବାବେଳେ ହିଟ୍‌ମ୍ୟାନ ଏ ପର୍ଯ୍ୟନ୍ତ ୪୮.୬୩ ହାରାହାରି ୯୮୨୫ ରନ ସଂଗ୍ରହ କରିଛନ୍ତି। ଏହି ସମୟ ମଧ୍ୟରେ ସେ ୩୦ ଶତକ ଏବଂ ୪୮ ଅର୍ଦ୍ଧଶତକ କରିଛନ୍ତି। ୧୦,୦୦୦ରନ ପୂରଣ କରିବାକୁ ଆଉ ୧୭୫ ରନ ଦରକାର। ଏଭଳି ପରିସ୍ଥିତିରେ ସେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆସିରିଜରେ ୧୭୫ ରନ ସ୍କୋର କରି ସ୍ବତନ୍ତ୍ର ରେକର୍ଡ ହାସଲ କରିପାରନ୍ତି।

ଯଦି ରୋହିତ ଶର୍ମା ମଧ୍ୟ ଆଗାମୀ ୨୨ଇନିଂସରେ ୧୭୫ ରନ ସ୍କୋର କରନ୍ତି, ତେବେ ସେ ଦିନିକିଆରେ ୧୦,୦୦୦ରନ ସ୍କୋର କରିବାରେ ଦ୍ୱିତୀୟ ଦ୍ରୁତତମ ଖେଳାଳି ହେବେ। ସମ୍ପ୍ରତି ପୂର୍ବତନ ଭାରତୀୟ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ଖେଳାଳିଙ୍କ ତାଲିକାରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

ପଦାର୍ପଣରେ ତେଜ ଦେଖାଇଲା କୋଣାର୍କ ସୂର୍ଯ୍ୟସ

ଯୋଧପୁର, ୨୧।୯ (ତପନ ସ୍ବାଇଁ): ଲିଜେଣ୍ଡ୍‌ସ ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟରେ ନିଜର ପ୍ରଥମ ପଦାର୍ପଣରେ ତେଜ ଦେଖାଇଛି ସନ୍‌ପ୍ରିୟା ଗ୍ରୁପ୍‌ ମାଲିକାନାରେ ଥିବା କୋଣାର୍କ ସୂର୍ଯ୍ୟସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri