Posted inଜାତୀୟ

ରାମଲୀଳା ମଇଦାନରେ ଇଣ୍ଡିଆ ମେଣ୍ଟର ବିଶାଳ ରାଲି, କେଜରିଓ୍ବାଲଙ୍କ ବାର୍ତ୍ତା ପଢିବେ ସ୍ତ୍ରୀ ସୁନୀତା

ନୂଆଦିଲ୍ଲୀ,୩୧।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଗିରଫ ପ୍ରତିବାଦରେ ଆମ ଆଦମୀ ପାର୍ଟି(ଏଏପି) ସହ ଅନ୍ୟ ବିରୋଧୀ ଆଜି ଦିଲ୍ଲୀର ରାମଲୀଳା ମଇଦାନରେ ଏକ ବିଶାଳ ରାଲି କରିବାକୁ ଯାଉଉନ୍ତି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ନେତା ରାହୁଲ ଗାନ୍ଧୀ, ସୋନିଆ ଗାନ୍ଧୀ, ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି ମୁଖ୍ୟ ଶରଦ ପାୱାର, ଶିବସେନା ମୁଖ୍ୟ ଉଦ୍ଧବ ଠାକରେ, ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ଏବଂ ରାଷ୍ଟ୍ରୀୟ ଜନତା ଦଳ ନେତା ତେଜସୱୀ ଯାଦବ ଏହି ମେଗା ରାଲିରେ ଯୋଗ ଦେବେ।

ବରିଷ୍ଠ ଏଏପି ନେତା ଗୋପାଳ ରାୟ କହିଛନ୍ତି, ରାମଲୀଳା ମଇଦାନରେ ୨୦ ହଜାରରୁ ଅଧିକ ଲୋକଙ୍କ ଉପସ୍ଥିତିରେ ଏକ ରାଲି କରିବାକୁ ପ୍ରଶାସନଙ୍କ ଠାରୁ ଅନୁମତି ମିଳିଛି। ଅରବିନ୍ଦ କେଜରିୱାଲଙ୍କ ସ୍ତ୍ରୀ ସୁନୀତା କେଜରିୱାଲ ଏହି ମେଗା ରାଲିକୁ ସମ୍ବୋଧିତ କରିବେ କି ନାହିଁ ସେ ନେଇ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି। କଂଗ୍ରେସ କହିଛି ଯେ, ରାମଲୀଳା ମଇଦାନରେ ହେବାକୁ ଥିବା ବିରୋଧୀ ମେଣ୍ଟ ‘ଇଣ୍ଡିଆନ ନ୍ୟାଶନାଲ ଡେଭଲପମେଣ୍ଟ ଇନକ୍ଲୁସିଭ ଆଲାଏନ୍ସ’ (ଇଣ୍ଡିଆ)ର ‘ସେଭ ଡେମୋକ୍ରାସି ରାଲି’ କୌଣସି ବ୍ୟକ୍ତିଙ୍କୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ନୁହେଁ, ବରଂ ସମ୍ବିଧାନ ଓ ଗଣତନ୍ତ୍ରକୁ ବଞ୍ଚାଇବା ପାଇଁ ଉଦ୍ଦିଷ୍ଟ ।

ଏହି ରାଲିରେ ତୃଣମୂଳ କଂଗ୍ରେସ ନେତା ଡେରେକ ଓ’ବ୍ରାଏନ, ଡିଏମକେ ନେତା ତିରୁଚି ଶିବା, ନ୍ୟାଶନାଲ କନଫରେନ୍ସ ନେତା ଫାରୁକ ଅବଦୁଲ୍ଲା ଏବଂ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଯୋଗଦେବେ। ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ମଧ୍ୟ ଏହି ରାଲିରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ...

 ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ

ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ...

ଦିଲ୍ଲୀରୁ କେଜରିଓ୍ବାଲଙ୍କ ବିଦାୟ ହେବା ନିଶ୍ଚିତ: ବିରେନ୍ଦ୍ର ସଚଦେବା

ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ବିରେନ୍ଦ୍ର ସଚଦେବ ଗୁରୁବାର ଆଇଏନଏସ ସହ କଥାବାର୍ତ୍ତା ବେଳେ କେଜରିୱାଲଙ୍କ ଚିଠି ଏବଂ କଂଗ୍ରେସର ‘ନ୍ୟାୟ-ରଥ’କୁ ନେଇ ପ୍ରତିକ୍ରିୟା...

ତମନ୍ନା ଭାଟିଆଙ୍କୁ ଜେରା କଲା ଇଡି, କାହିଁକି ଜାଣନ୍ତୁ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ପଚରାଉଚରା କରୁଛି। ମହାଦେବ ବେଟିଂ ଆପ୍‌ ସହାୟକ ଆପ ଫେୟାର ପ୍ଲେରେ ଆଇପିଏଲ ମ୍ୟାଚକୁ ପ୍ରମୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri