Posted inଜାତୀୟ

ଭାଜପାକୁ ଝାଡ଼ଖଣ୍ଡରେ ନିର୍ବାଚିତ ସରକାରକୁ ଭାଙ୍ଗିବାକୁ ଦେଲାନାହିଁ ‘ଇଣ୍ଡିଆ’ ମେଣ୍ଟ: ରାହୁଲ

ରାଞ୍ଚି,୩।୨: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଚମ୍ପାଇ ସୋରେନ୍‌ ଶପଥ ନେଇସାରିଥିଲେ ହେଁ ରାଜନୈତିକ ଉଷ୍ମତା ଜାରି ରହିଛି। ଘୋଡ଼ାବେପାର ଆଶଙ୍କାରେ ୩୬ଜଣ ବିଧାୟକଙ୍କୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଛି। ଅପରପକ୍ଷେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଇଣ୍ଡିଆ ମେଣ୍ଟ ଭାଜପାକୁ ଛାଡ଼ଖଣ୍ଡରେ ସରକାର ଭାଙ୍ଗିବାରୁ ଅଟକାଇଛି ବୋଲି ଦାବି କରିଛନ୍ତି।

ରାହୁଲ ଶନିବାର ରାଜ୍ୟର ଗୋଦଡ଼ାସ୍ଥିତ ସାର୍କଣ୍ଡା ଚୌକରୁ ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’ ଆରମ୍ଭ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଭାଜପା ଧନବଳ ଏବଂ ଯାଞ୍ଚ ଏଜେନ୍ସୀଗୁଡ଼ିକର ବ୍ୟବହାର କରୁଛି। ହେଲେ ସେ ଭାଜପାକୁ ଭୟ କରନ୍ତି ନାହିଁ। ବିଭେଦବାଦୀ ଚିନ୍ତାଧାରା ବିରୋଧରେ ତାଙ୍କ ଲଢ଼େଇ ଜାରି ରହିବ। ପୂର୍ବଥରର ଭାରତ ଯୋଡୋ ଯାତ୍ରା ଆର୍‌ଏସ୍‌ଏସ୍‌ ଏବଂ ଭାଜପାର ‘ବିଭାଜନକାରୀ ଏଜେଣ୍ଡା’ ବିରୋଧରେ ଥିଲା। ହେଲେ ଏବେର ଯାତ୍ରା ଦେଶର ଲୋକଙ୍କ ଲାଗି ନ୍ୟାୟ ଦାବି କରୁଛି। ଭାଜପା ଝାଡ଼ଖଣ୍ଡରେ ଏକ ନିର୍ବାଚିତ ସରକାରକୁ ଭାଙ୍ଗିବାକୁ ଚେଷ୍ଟା କରିଥିଲା। ହେଲେ ଇଣ୍ଡିଆ ମହାମେଣ୍ଟ ଦଳର ଜନାଦେଶକୁ ହଡ଼ପ କରିବାକୁ ଦେଲାନାହିଁ। ସମଗ୍ର ଦେଶରେ ଅନ୍ୟାୟ ଦୃଶ୍ୟମାନ ହେଉଛି, ଯେଉଁଥିରେ ବଢ଼ି ଚାଲିଥିବା ମୁଦ୍ରାସ୍ଫୀତି ଏବଂ ବେକାରୀ ବୃଦ୍ଧି ଆଦି ସାମିଲ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାରତରେ ଯୁବକମାନଙ୍କୁ ଚାକିରି ପାଇବା ଅସମ୍ଭବ ହୋଇଛି। ଦେଶରେ ବେକାରୀ ହାର ୪୦ ବର୍ଷରେ ସର୍ବାଧିକ ସ୍ତରରେ ପହଞ୍ଚିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri