Posted inଖେଳ

ବାଂଲାଦେଶକୁ ହରାଇଲା ଭାରତ

ସିଲ୍‌ହେଟ୍‌,୨ା୫:ବାଂଲାଦେଶ ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୭ଉଇକେଟରେ ବିଜୟ ହାସଲ କରିଛି। ଏଥିସହିତ ଦୁଇ ଦଳ ମଧ୍ୟରେ ଚାଲିଥିବା ୫ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜରେ ଭାରତ ୩-୦ରେ ଅଗ୍ରଣୀ ସହ ଆଗୁଆ ସିରିଜ କବ୍‌ଜା କରିନେଇଛି।

ସ୍ଥାନୀୟ ସିଲ୍‌ହେଟ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ମ୍ୟାଚରେ ଅଧିନାୟିକା ହରମନପ୍ରୀତ କୌର ଟସ୍‌ ଜିତି ପ୍ରଥମେ ବୋଲିଂ ନେବା ପରେ ବାଂଲାଦେଶ ସ୍କୋରକୁ ଭାରତ ୧୧୭/୮ରେ ସୀମିତ କରିଦେଇଥିଲା। ପରେ ଓପନର ସ୍ମୃତି ମନ୍ଧାନା ଓ ଶେଫାଳି ବର୍ମା ୧୨.୧ ଓଭରରେ ୯୧ ରନ ଯୋଗ କରି ଭାରତକୁ ବିଜୟ ନିକଟତର କରିଦେଇଥିଲେ। ଶେଫାଳି ୩୮ ବଲ୍‌ରେ ୮ ଚୌକା ସହ ୫୧ ରନ କରିଥିବା ବେଳେ ମନ୍ଧାନା ୪୨ ବଲ୍‌ ସାମ୍ନା କରି ୫ ଚୌକା ଓ ଗୋଟିଏ ଛକା ସହ ୪୭ ରନ କରିଥିଲେ। ଶେଫାଳିଙ୍କୁ ରିତୁ ମୋନି କଟ୍‌ ଆଣ୍ଡ ବୋଲ୍ଡ କରିଦେଇଥିବା ବେଳେ ନାହିଦା ଅକତରଙ୍କ ବୋଲିଂରେ ଫାହିମା ଖାତୁନଙ୍କ ଦ୍ୱାରା କ୍ୟାଚ ଆଉଟ ହୋଇଯାଇଥିଲେ ମନ୍ଧାନା । ଦୟାଲାନ ହେମଲତା ୯ ରନ କରି ରାବେୟା ଖାନ୍‌ଙ୍କ ଦ୍ୱାରା ଏଲ୍‌ବିଡବ୍ଲ୍ୟୁ ହୋଇଯାଇଥିଲେ। ଅଧିନାୟିକା ହରମନପ୍ରୀତ କୌର ଓ ଉଇକେଟକିପର ରିଚା ଘୋଷ ଯଥାକ୍ରମେ ୬ ଓ ୮ରନ କରି ଅପରାଜିତ ରହିଥିଲେ।

ପୂର୍ବରୁ ପ୍ରଥମେ ବ୍ୟାଟିଂ କରିଥିବା ବାଂଲାଦେଶର ଆରମ୍ଭ ଉତ୍ସାହଜନକ ଥିଲା। ଦଳ ୬ ପାଓ୍ବାରପ୍ଲେ ଓଭରରେ ବିନା କୌଣସି ଉଇକେଟରେ ୪୪ ରନ କରିଥିଲା। ଓପନର ତଥା ଟପ୍‌ ସ୍କୋରର ଦିଲାରା ଅକତର (୨୫ ବଲ୍‌ରୁ ୩୯ରନ)ଙ୍କ ଉଇକେଟ ପତନ ପରେ ଭାରତୀୟ ବୋଲରମାନେ ଘରୋଇ ଦଳର ବ୍ୟାଟିଂରେ ଅଙ୍କୁଶ ଲଗାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅଧିନାୟିକା ତଥା ଉଇକେଟକିପର ନିଗାର ସୁଲ୍‌ତାନା ୨୮ ଓ ଶୋଭାନା ମୋସ୍ତାରି ୧୫ ରନ କରିଥିବା ବେଳେ ଅନ୍ୟ କୌଣସି ବ୍ୟାଟର ଦୁଇ ଅଙ୍କ ସ୍ପର୍ଶ କରିପାରିି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri