Posted inଜାତୀୟ

ଏଏପିକୁ ଆଉ ଏକ ବଡ଼ ଝଟ୍‌କା: ଇସ୍ତଫା ଦେଲେ ରାଜକୁମାର

ନୂଆଦିଲ୍ଲୀ,୧୦।୪: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ଫସିଥିବା ଆମ୍‌ ଆଦମୀ ପାର୍ଟି(ଏଏପି) ପାଇଁ ଅଡ଼ୁଆ ଥମିବାର ନାଁ ନେଉନାହିଁ। ବର୍ତ୍ତମାନ ଦିଲ୍ଲୀ ସରକାରରେ ମନ୍ତ୍ରୀ ଥିବା ରାଜକୁମାର ଆନନ୍ଦ ତାଙ୍କ ପଦ ଏବଂ ଦଳରୁ ଇସ୍ତଫା ଦେଇଛନ୍ତି। ସେ ଦିଲ୍ଲୀର ସମାଜ କଲ୍ୟାଣ ମନ୍ତ୍ରଣାଳୟର ପରିଚାଳନା କରୁଥିଲେ। ନିକଟରେ ରାଜକୁମାରଙ୍କ ଘରେ ଇଡି ପକ୍ଷରୁ ଚଢ଼ାଉ କରାଯାଇଥିଲା।

ରାଜକୁମାରଙ୍କ ଇସ୍ତଫା ଦଳ ପାଇଁ ବଡ଼ ଝଟ୍‌କା ବୋଲି କୁହାଯାଉଛି। ସେ ପଟେଲ ନଗରରୁ ଦଳର ବିଧାୟକ ଅଛନ୍ତି। ଇସ୍ତଫା ନେଇ ସେ କହିଛନ୍ତି ଯେ ଆଜି ବହୁତ ଦୁଃଖି। ଯଦି ରାଜନୀତିରେ ପରିବର୍ତ୍ତନ ଆସେ ଦେଶ ବଦଳିଯିବ। ଏଏପି ବିରୋଧରେ ବଡ଼ ଅଭିଯୋଗ ହୋଇଛି। ଏଥିଲାଗି ସେ ଦଳ, ସରକାର ଏବଂ ମନ୍ତ୍ରୀ ପଦରୁ ଇସ୍ତଫା ଦେଉଥିବା ରାଜ କୁମାର କହିଛନ୍ତି।

ଏହାଛଡ଼ା ଇସ୍ତଫା ଦେବା ପରେ ଗଣମାଧ୍ୟମକୁ ରାଜକୁମାର କହିଛନ୍ତି, ଏଏପି ଭ୍ରଷ୍ଟାଚାର କାଦୁଅରେ ଫସିଛି। ମୁଁ ଦୁର୍ନୀତିଗ୍ରସ୍ତ ଲୋକଙ୍କ ସହ କାମ କରିପାରିବି ନାହିଁ। ଆଜି ମୁଁ ଯାହା ବି ହୋଇଛି ଡା. ଆମ୍ବେଦକରଙ୍କ ଯୋଗୁ ହୋଇଛି। ଏଥିଲାଗି ମୁଁ ବିଧାୟକ ହୋଇ ସମାଜକୁ ତାହା ଫେରସ୍ତ କରିବାକୁ ଚାହିଁଥିଲି। ଯେଉଁମାନେ ଦଳିତଙ୍କ ବିଷୟରେ ଚିନ୍ତା କରିବାକୁ ପଛଘୁଞ୍ଚା ଦିଅନ୍ତି ସେମାନଙ୍କ ସହ ମୁଁ ରହିପାରିବି ନାହିଁ। ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri