Posted inଜାତୀୟ

ଦିଲ୍ଲୀ ମନ୍ତ୍ରୀ ଗେହଲଟଙ୍କୁ ଇଡି ଜେରା

ନୂଆଦିଲ୍ଲୀ,୩୧।୩: ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିବାର ସପ୍ତାହେ ପରେ ଦିଲ୍ଲୀ ମନ୍ତ୍ରୀ ତଥା ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତା କୈଳାସ ଗେହଲଟଙ୍କୁ ଶନିବାର ୫ ଘଣ୍ଟାରୁ ଊର୍ଦ୍ଧ୍ୱ ଜେରା କରିଛି। ଅବକାରୀ ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲା ନେଇ ଇଡି ଅଧିକାରୀମାନେ ଗେହଲଟ୍‌ଙ୍କୁ ପ୍ରଶ୍ନ କରିଥିଲେ। ଦିଲ୍ଲୀ ସରକାରରେ ଗେହଲଟ ଗୃହ, ପରିବହନ ଓ ଆଇନ ମନ୍ତ୍ରୀ ଅଛନ୍ତି। ଇଡି ସମନ କଲେ ସେ ପୁନର୍ବାର ଜେରା ପାଇଁ ହାଜର ହେବେ ବୋଲି କହିଛନ୍ତି। ବର୍ତ୍ତମାନ ରଦ୍ଦ ହୋଇଥିବା ଦିଲ୍ଲୀ ସରକାରଙ୍କ ୨୦୨୧-୨୨ ଅବକାରୀ ନୀତି ଖୁଚୁରା ବ୍ୟବସାୟୀମାନଙ୍କୁ ପାଖାପାଖି ୧୮୫ ପ୍ରତିଶତ ଲାଭ ଦେଉଥିବାବେଳେ ପାଇକାରୀ ବ୍ୟବସାୟୀଙ୍କୁ ୧୨ ପ୍ରତିଶତ ଲାଭ ଦେଉଥିଲା ବୋଲି ଇଡି କହିଛି। ପାଇକାରୀ ବ୍ୟବସାୟୀଙ୍କୁ ମିଳୁଥିବା ଲାଭରୁ ୬ ପ୍ରତିଶତ ବା ୬୦୦ କୋଟିରୁ ଊର୍ଦ୍ଧ୍ୱ ଲାଞ୍ଚ କାରବାର ହୋଇଥିଲା, ଯାହା ଗୋଆ ଓ ପଞ୍ଜାବ ନିର୍ବାଚନ ପ୍ରଚାରରେ ବ୍ୟବହାର କରାଯାଇଥିଲା ବୋଲି ଇଡି ଅଭିଯୋଗ କରିଛି। ଉକ୍ତ ଅର୍ଥରୁ ଆପ୍‌ ଓ ଏହାର ନେତାମାନଙ୍କ ପାଖକୁ ୧୦୦ କୋଟି ଟଙ୍କା ଯାଇଥିଲା। ଗେହଲଟ ଗୋଟିଏ ସିମ୍‌ ନମ୍ବର ବ୍ୟବହାର କରୁଥିବାବେଳେ ସେ ତାଙ୍କର ଅନ୍ତର୍ଜାତୀୟ ମୋବାଇଲ ଇକ୍ୟୁପମେଣ୍ଟ ଆଇଡେଣ୍ଟିଟି (ଆଇଏମ୍‌ଇଆଇ)କୁ ୩ ଥର ବଦଳାଇଥିବା ଇଡି ଅଭିଯୋଗ କରିଛି। ଅବକାରୀ ଦୁର୍ନୀତି ମାମଲାରେ ପୂର୍ବରୁ କେଜ୍‌ରିଓ୍ବାଲଙ୍କ ସମେତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଏବଂ ଆପ୍‌ ଏମ୍‌ପି ସଞ୍ଜୟ ସିଂ ଜେଲରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେବେ ଛଗନ ଭୁଜବଳ? ଫଡନାଭିସଙ୍କୁ ଭେଟିବା ପଛରେ କ’ଣ ରହିଛି ରହସ୍ୟ ଜାଣନ୍ତୁ

ମୁମ୍ବାଇ,୨୩।୧୨: ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ବିଭାଜନ ପରେ ମଧ୍ୟ ରାଜନନୈତିକ ଅସ୍ଥିରତା ଚରମ ସୀମାରେ ରହିଛି। କୌଣସି ବିଭାଗ ନ ପାଇ କ୍ରୋଧିତ ଏନସିପି ନେତା ଛଗନ...

ସଂସଦରେ ଠେଲାପେଲା ଘଟଣା: ଭାଜପାର ଦୁଇ ଏମ୍‌ପିଙ୍କୁ ହସ୍ପିଟାଲରୁ ମିଳିଲା ଛୁଟି

ନୂଆଦିଲ୍ଲୀ,୨୩।୧୨: ସଂସଦ କମ୍ପ୍ଲେକ୍ସରେ ବିରୋଧୀ ଓ ଏନଡିଏ ସଦସ୍ୟଙ୍କ ମଧ୍ୟରେ ନିକଟରେ ଝଗଡା ହୋଇଥିଲା। ଏହି ସମୟରେ ଦୁଇ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ...

ଆରଏସ୍‌ଏସ୍‌ ଆମର ଶାସକ ନୁହେଁ, ସଂଘ ମୁଖ୍ୟଙ୍କୁ ରାମଭଦ୍ରାଚାର୍ଯ୍ୟଙ୍କ ବାର୍ତ୍ତା

ନୂଆଦିଲ୍ଲୀ, ୨୩।୧୨: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ନିକଟରେ କହିଥିଲେ ଯେ କେତେକ ଲୋକ ଅନୁଭବ କରୁଛନ୍ତି ଯେ ସେମାନେ...

ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ

ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର...

ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀ ପ୍ରଜ୍ଞାପନ ମେଢ଼ ବାଦ୍‌: କେନ୍ଦ୍ରକୁ କଡ଼ା ସମାଲୋଚନା କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୧୨: ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ବାଦ୍‌ ଦେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାରୁ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର...

୭୧,୦୦୦ ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି

ନୂଆଦିଲ୍ଲୀ,୨୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦିନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୧ହଜାରରୁ ଅଧିକ ଯୁବକଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି।...

ସମ୍ଭଲରୁ ମିଳିଲା ୧୫୦ ବର୍ଷର ପୁରୁଣା କୂଅ, ସୁଡ଼ଙ୍ଗ

ସମ୍ଭଲ, ୨୩।୧୨: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଚନ୍ଦୌସିଠାରେ ରବିବାର ଏକ ଜମିକୁ ଖନନ କରାଯାଉଥିବାବେଳେ ୧୫୦ ବର୍ଷର ପୁରୁଣା ଏକ ବିଶାଳକାୟ ପାହାଚ ବିଶିଷ୍ଟ କୂଅ ମିଳିଛି। ସେହିପରି...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri