ନଭେମ୍ବର ୧୪ରୁ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା

ଭୁବନେଶ୍ୱର,୧୧ା୧୦(ଅନିଲ ଦାସ): ଚଳିତ ବର୍ଷ ନଭେମ୍ବର ୧୪ରୁ ୨୭ ପର୍ଯ୍ୟନ୍ତ ନୂଆଦିଲ୍ଲୀସ୍ଥିତ ପ୍ରଗତି ମଇଦାନଠାରେ ୪୨ତମ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୩ ଅନୁଷ୍ଠିତ ହେବ। ଏଥରର ବିଷୟବସ୍ତୁ ‘ବସୁଧୈବ କୁଟୁମ୍ବକମ୍‌-ୟୁନାଇଟେଡ୍‌ ବାଇ ଟ୍ରେଡ୍‌’ ଆଧାରରେ ଓଡ଼ିଶା ଏଥିରେ ଅଂଶଗ୍ରହଣ କରିବା ପାଇଁ ରାଜ୍ୟ ସରକାର ସ୍ବୀକୃତି ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଲୋକସେବା ଭବନରେ ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାର ବାଣିଜି୍ୟକ ପରମ୍ପରା ବହୁ ପ୍ରାଚୀନ। ପ୍ରାଚୀନ ନୌବାଣିଜ୍ୟଠାରୁ ଆରମ୍ଭ କରି ଓଡ଼ିଶାର ହସ୍ତତନ୍ତ, ହସ୍ତଶିଳ୍ପ, ବିଭିନ୍ନ କାରୁକାର୍ଯ୍ୟ ଭାରତର ବିଭିନ୍ନ ରାଜ୍ୟ ସମେତ ବିଶ୍ୱବାସୀଙ୍କ ପାଇଁ ଆକର୍ଷଣୀୟ ସାମଗ୍ରୀ ହୋଇଆସିଛି। ଓଡ଼ିଶାର ଜଗନ୍ନାଥ ସଂସ୍କୃତି, ଜନଜାତିଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ଆଭୂଷଣ, ଅଳଙ୍କାର ଏବଂ ଓଡ଼ିଶାର କୁଟିର ଶିଳ୍ପ ସମେତ ମିଲେଟ୍‌, ଅଦା ଓ ହଳଦୀ, କୋରାପୁଟ କଫି, ପର୍ଯ୍ୟଟନ, କ୍ରୀଡ଼ା, ଶିଳ୍ପାୟନ ଆଦିକୁ ଓଡ଼ିଶା ପାଭିଲିୟନ ମାଧ୍ୟମରେ ବିଶ୍ୱବାସୀଙ୍କ ନିକଟରେ ଠିକ୍‌ ଭାବେ ଉପସ୍ଥାପିତ କରିବାକୁ ଉନ୍ନୟନ କମିଶନର ଗର୍ଗ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ସଚିବ ଓ ନିର୍ଦ୍ଦେଶକଙ୍କୁ ପରାମର୍ଶ ଦେଇଛନ୍ତି। ବାଣିଜ୍ୟ ମେଳାର ଫୁଡ୍‌ କୋର୍ଟରେ ମଧ୍ୟ ଓଡ଼ିଶା ଅଂଶଗ୍ରହଣ କରି ବିଶ୍ୱବାସୀଙ୍କୁ ରାଜ୍ୟର ଅନନ୍ୟ ସୁସ୍ବାଦୁ ଖାଦ୍ୟ ଅନୁଭୂତି ପ୍ରଦାନ କରିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଗତବର୍ଷ ବାଣିଜ୍ୟ ମେଳାରେ ଓଡ଼ିଶା ପୁରସ୍କୃତ ହୋଇଥିବାରୁ ଚଳିତବର୍ଷ ମଧ୍ୟ ଏହି ପରମ୍ପରାକୁ ବଜାୟ ରଖିବାକୁ ଗର୍ଗ ଗୁରୁତ୍ତ୍ୱାରୋପ କରିଛନ୍ତି। ବୈଠକରେ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ସମସ୍ତଙ୍କୁ ସ୍ବାଗତ କରିବା ସହିତ ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିବା ବେଳେ ବିଭାଗୀୟ ନିର୍ଦ୍ଦେଶକ ସରୋଜ କୁମାର ସାମଲ ପାୱାର ପଏଣ୍ଟ ମାଧ୍ୟମରେ ବିଭିନ୍ନ ତଥ୍ୟ ଉପସ୍ଥାପନ କରିଥିଲେ। ବୈଠକରେ ରାଜ୍ୟ ସରକାରଙ୍କ କୃଷି, ପଞ୍ଚାୟତିରାଜ, ପର୍ଯ୍ୟଟନ, ସଂସ୍କୃତି, ବୟନଶିଳ୍ପ, ଏମ୍‌ଏସ୍‌ଏମ୍‌ଇ, ଏସ୍‌ଟି ଓ ଏସ୍‌ସି ଉନ୍ନୟନ ଆଦି ବିଭାଗର ପ୍ରମୁଖ ଶାସନ ସଚିବ, ସଚିବ, ଆୟୁକ୍ତ ଓ ନିର୍ଦ୍ଦେଶକଙ୍କ ସମେତ ସୂଚନା ଓ ଲୋକସମ୍ପର୍କ ବିଭାଗର ଅନ୍ୟ ବରିଷ୍ଠ ପଦାଧିକାରୀ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୨୭ରେ ‘ଲେକ୍‌ ସାଇଡ୍‌ ଗ୍ଲାମର’

ଭୁବନେଶ୍ୱର,୨୧।୯: (ଅଭୟ ଦାଶ): ସ୍ବସ୍ତି ଗ୍ରୁପ୍‌ର ପ୍ରମୁଖ ହୋଟେଲ ସ୍ବସ୍ତି ଚିଲିକା ରେସର୍ଟ ପକ୍ଷରୁ ଏକ ଦିନିକିଆ ଫ୍ୟାଶନ ଶୋ ୨୦୨୪ ଅକ୍ଟୋବର ୨୭ ରେ...

ଯୋଗାଣ ଶୃଙ୍ଖଳାରେ କାର୍ଯ୍ୟଦକ୍ଷତାକୁ ବହୁଗୁଣିତ କରିବ

ନୂଆଦିଲ୍ଲୀ,୨୧।୯: ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ କୋଇଲା ପରିବହନକୁ ସୁଗମ କରିବା ଲାଗି ଭାରତ ସରକାର ସର୍‌ଡେଗା-ଭାଲୁମୁଣ୍ଡା ରେଳ ଲାଇନ ସଂଯୋଗୀକରଣ ପ୍ରକଳ୍ପକୁ ଅନୁମୋଦନ ଦେବା...

ପିଏନ୍‌ବି ପକ୍ଷରୁ ପିଏମ୍‌ ଇ-ବିଶ୍ୱକର୍ମା ପ୍ରୋଗ୍ରାମ

ଭୁବନେଶ୍ୱର,୨୧।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ବା ପିଏମ୍‌ ଇ-ବିଶ୍ୱକର୍ମା ଯୋଜନା’ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ଭୁବନେଶ୍ୱର...

ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା...

ୟୁବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୧।୯ (ଅଭୟ ଦାଶ): ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ନୂତନ ଶାଖା ‘ନିଶ୍ଚିନ୍ତକୋଇଲ ଶାଖା’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରରେ ମାହାଙ୍ଗା ବିଧାୟକ...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ବଜାରରେ ଏଚ୍‌ପିର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇ-ଉତ୍ପାଦନକାରୀ ବ୍ରାଣ୍ଡ ଏଚ୍‌ପିର ନୂତନ ଉତ୍ପାଦ ରେଞ୍ଜର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ଅଫିସ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri