Categories: ଜାତୀୟ

ଥମୁଛି ସଂକ୍ରମଣ, କମୁନି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୧୧।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪ ହଜାର ୧୯୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୨୫୫ଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୨୯,୮୪,୨୬୧ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୨୪,୨୬,୩୨୮ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୪୨,୨୧୯ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୧୫,୭୧୪କୁ ବୃଦ୍ଧି ପାଇଛି।

Share