ଅଲିମ୍ପିକ୍ସରେ ଇତିହାସ ରଚିଲା ଭାରତ, ଅଷ୍ଟ୍ରେଲିଆକୁ କଲା ଚିତ୍‌ପଟାଙ୍ଗ

ପ୍ୟାରିସ୍‌,୨।୮: ଅଲିମ୍ପିକ୍ସରେ ଇତିହାସ ରଚିଛି ଭାରତୀୟ ପୁରୁଷ ହକି ଟିମ। ଦଳ ଆଜି ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ୩-୨ ଗୋଲରେ ହରାଇ ଦେଇଛି। ଏଥିସହ ଦୀର୍ଘ ୫୨ ବର୍ଷ ପରେ ଅଲିମ୍ପିକ୍ସରେ ଭାରତୀୟ ହକି ଟିମ ଅଷ୍ଟ୍ରେଲିଆକୁ ହରାଇବାର ସଫଳତା ପାଇଛି।

ଶେଷ ଥର ପାଇଁ ଭାରତ ୧୯୭୨ ଅଲିମ୍ପିକ୍ସରେ ଅଷ୍ଟ୍ରେଲିଆକୁ ହରାଇଥିଲା। ଏହାପରେ ଭାରତ ଯେତେଥର ବି ଅଷ୍ଟ୍ରେଲିଆକୁ ଭେଟିଥିଲା ସବୁବେଳେ ପରାଜିତ ହୋଇଥିଲା। କିନ୍ତୁ ଆଜି ହରମନପ୍ରୀତ ସିଂହଙ୍କ ଭାରତୀୟ ହକି ଟିମ ନୂଆ ରେକର୍ଡ କରିଛି। ଭାରତ ପକ୍ଷରୁ ଅଭିଷେକ ପ୍ରଥମ ଗୋଲ ସ୍କୋର କରିଥିବା ବେଳେ ବାକି ଦୁଇଟି ଗୋଲ ହରମନପ୍ରୀତଙ୍କ ଷ୍ଟିକରୁ ଆସିଛି। ଏହି ବିଜୟ ସହ ଭାରତ ଗ୍ରୁପ ବି’ର ଦ୍ୱିତୀୟ ସ୍ଥାନରେ ରହି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ପ୍ରଥମ ସ୍ଥାନରେ ଅଲିମ୍ପିକ୍ସ ଚାମ୍ପିୟନ ବେଲଜିୟମ ରହିଛି।

ସୂଚନାଥାଉ କି, ୧୯୭୨ରେ ଭାରତ ଶେଷ ଥର ପାଇଁ ଅଷ୍ଟ୍ରେଲିଆକୁ ୩-୧ରେ ହରାଇଥିଲା। ଏହାପରେ ଦଳ ୧୯୭୬ରେ ୧-୬, ୧୯୭୬(ପ୍ଲେ ଅଫ)ରେ ପୁଣିଥରେ ଶୁଟ୍‌ ଆଉଟରେ ୪-୫, ୧୯୮୪ରେ ୨-୪, ୧୯୯୨ରେ ୦-୧, ୨୦୦୦ରେ ୨-୨, ୨୦୦୪ରେ ୩-୪, ୨୦୨୦ରେ ୧-୭ରେ ପରାସ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ମୁହଁରେ ହସ ଫୁଟାଇବେ ଭାଜପା ସରକାର: ମହିଳାଙ୍କୁ ମିଳିବ ୨,୧୦୦ ଟଙ୍କା

ରୋହତକ,୨୦ା୯:ହରିୟାଣାରେ ଭାଜପା ପୁନର୍ବାର କ୍ଷମତାସୀନ ହେଲେ ମହିଳାମାନଙ୍କୁ ମାସିକ ୨,୧୦୦ ଟଙ୍କା ଓ କୃଷକଙ୍କୁ ୨୪ ଫସଲ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ପ୍ରଦାନ...

ଭାରତର ସମ୍ମାନ ରଖିଲେ ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍‌ରେ ୬ ଉଇକେଟ ହରାଇ...

ହଠାତ୍‌ ନିଜ ସାଙ୍ଗକୁ ଭେଟିଲେ ରାହୁଲ ଗାନ୍ଧୀ, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ତଥା ଏମ୍‌ପି ରାହୁଲ ଗାନ୍ଧୀ ଶୁକ୍ରବାର ସକାଳେ ହରିୟାଣାର କର୍ଣ୍ଣଲ ଜିଲାରେ ପହଞ୍ଚିଛନ୍ତି। ସେ ଭୋର୍‌ ସମୟରେ ଘୋଗଦୀପୁର ଗ୍ରାମକୁ ଆସିଥିଲେ।...

୨୦ ବର୍ଷ କ୍ରିକେଟ୍‌ରୁ ବାସନ୍ଦ ହେଲେ ଏହି ଖେଳାଳି

ମେଲବୋର୍ନ, ୨୦ା୯: ଶ୍ରୀଲଙ୍କାର ପୂର୍ବତନ ଟେଷ୍ଟ କ୍ରିକେଟର ଦୁଲୀପ ସମରବୀରା ଅଷ୍ଟ୍ରେଲିଆରେ କୋଚିଂ ଦେବାରୁ ୨୦ବର୍ଷ ବାସନ୍ଦ ହୋଇଛନ୍ତି। ସେ ଭିକ୍ଟୋରିଆ ମହିଳା ଦଳର କୋଚ୍‌...

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ...

ପଞ୍ଜୀକୃତ ଡାକ୍ତର ତାଲିକାରୁ ବାଦ୍‌ ପଡିଲେ ସନ୍ଦୀପ୍‌ ଘୋଷ

କୋଲକାତା,୧୯ା୯: ପଶ୍ଚିମବଙ୍ଗ ମେଡିକାଲ କାଉନ୍‌ସିଲ (ଡବ୍ଲ୍ୟୁବିଏମ୍‌ସି) ଗୁରୁବାର ଆର୍‌.ଜି. କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ୍‌ ଘୋଷଙ୍କ ପଞ୍ଜୀକରଣକୁ ବାତିଲ କରିଦେଇଛି। ପଞ୍ଜୀକୃତ ଡାକ୍ତର...

ଗୋଟିଏ ଦିନ ରାହୁଲ ଗାନ୍ଧୀ ହେବାକୁ ଚାହେଁ: କାହିଁକି ଏଭଳି କହିଲେ ବନସୁରୀ ସ୍ବରାଜ

ନୂଆଦିଲ୍ଲୀ,୧୯।୯: ଅରବିନ୍ଦ କେଜରିଓ୍ବାଲଙ୍କ ଇସ୍ତଫା ପରେ ଚର୍ଚ୍ଚାରେ ଦିଲ୍ଲୀ ରାଜନୀତି। ଅରବିନ୍ଦଙ୍କ ଇସ୍ତଫା ଏବଂ ଅତିଶୀ ଦିଲ୍ଲୀର ନୂଆମୁଖ୍ୟ ମନ୍ତ୍ରୀ ହେବାକୁ ନେଇ ସ୍ବର୍ଗତ ସୁଷମା...

ହେମନ୍ତ ସୋରେନଙ୍କ ସଙ୍ଗିନ ଅଭିଯୋଗ, କହିଲେ ସମସ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ମିଶି ମୋତେ …

ରାଞ୍ଚି,୧୯।୯: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ‘ଆପକି ସରକାର ଆପକେ ଦ୍ୱାର’ କାର୍ଯ୍ୟକ୍ରମ ଅନ୍ତର୍ଗତ ଗରୱା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri