Posted inଖେଳ

ଭାରତ ବିଦା, ଶ୍ରୀଲଙ୍କା-ପାକିସ୍ତାନ ଫାଇନାଲ

ଦୁବାଇ,୮ା୯(ପି.ଟି): ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ବୁଧବାର ଅନୁଷ୍ଠିତ ଏକ ଲୋ ସ୍କୋରିଂ ସୁପର ଫୋର ମ୍ୟାଚ୍‌ରେ ପାକିସ୍ତାନ ରୋମାଞ୍ଚଭାବେ ମାତ୍ର ୧ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ଏହି ଫଳାଫଳ ଭାରତକୁ ବିଦାୟ ପଥ ଦେଖାଇଛି। ଅନ୍ୟପକ୍ଷରେ ଶ୍ରୀଲଙ୍କା ଓ ପାକିସ୍ତାନ ଫାଇନାଲ ଖେଳିବା ସ୍ପଷ୍ଟ ହୋଇଛି। ସୁପର ଫୋର୍‌ ପର୍ଯ୍ୟାୟରେ କ୍ରମାଗତ ୨ଟି ମ୍ୟାଚ୍‌ ହାରିଥିବା ଭାରତ ଗୁରୁବାର ଆଫଗାନିସ୍ତାନକୁ ଭେଟିବ। ମାତ୍ର ଏହି ମ୍ୟାଚ୍‌ କେବଳ ଔପଚାରିକତା ଦୃଷ୍ଟିରୁ ଖେଳାଯିବ। ଭାରତ ଓ ଆଫଗାନିସ୍ତାନକୁ ଉଭୟ ଶ୍ରୀଲଙ୍କା ଓ ପାକିସ୍ତାନ ସୁପର ଫୋର୍‌ରେ ପରାସ୍ତ କରିଥିବାରୁ ୪ ପଏଣ୍ଟ ଲେଖାଏ ପାଇ ଆଗକୁ ବଢ଼ିଛନ୍ତି।

ଶାରଜା କ୍ରିକେଟ୍‌ ଷ୍ଟାଡିୟମ ପିଚ୍‌ ବୋଲରଙ୍କୁ ସୁହାଇଥିଲା। ଫଳରେ ଆଫଗାନିସ୍ତାନ ୨୦ ଓଭରରେ ୬ ଉଇକେଟ ହରାଇ ମାତ୍ର ୧୨୯ ରନ୍‌ କରିପାରିଥିଲା। ଦଳ ପକ୍ଷରୁ ଇବ୍ରାହିମ୍‌ ଜଡ୍ରାନ ସର୍ବାଧିକ ୩୫ ରନ୍‌ କରିଥିଲେ। ପାକିସ୍ତାନ ବୋଲରଙ୍କ ମଧ୍ୟରେ ହାରିସ ରୌଫ ୨ଟି ଏବଂ ନସିମ ଶାହା, ମହମ୍ମଦ ହାସନେନ, ମହମ୍ମଦ ନଓ୍ବାଜ ଓ ଶଦାବ ଖାଁ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଜବାବରେ ପାକିସ୍ତାନ ୧୯.୨ ଓଭରରେ ୯ ଉଇକେଟ ହରାଇ ୧୩୧ ରନ୍‌ ସଂଗ୍ରହ କରିନେଇଥିଲା। ଆଫଗାନିସ୍ତାନ ବୋଲରମାନେ ଆରମ୍ଭରୁ ପ୍ରଭାବୀ ବୋଲିଂ କରିଥିଲେ। ଫଳରେ କୌଣସି ପାକିସ୍ତାନୀ ବ୍ୟାଟର ହାତଖୋଲି ଖେଳିପାରି ନ ଥିଲେ। ଶଦାବ ଖାଁ ସର୍ବାଧିକ ୩୬ ଓ ଇଫ୍‌ତିକାର ଅହମଦ ୩୦ ରନ୍‌ କରିଥିଲେ। ୧୮ତମ ଓଭରରେ ୪ ରନ୍‌ରେ ୨ଟି ଏବଂ ୧୯ତମ ଓଭରରେ ୧୦ ରନ୍‌ କରି ପାକିସ୍ତାନ ୨ଟି ଉଇକେଟ ହରାଇ ପରାଜୟମୁହାଁ ହୋଇଥିଲା। ମାତ୍ର ୨୦ତମ ଓଭରର ପ୍ରଥମ ୨ ବଲ୍‌କୁ ଛକାରେ ପରିଣତ କରି ପାକିସ୍ତାନର ନସିମ ଶାହା ମ୍ୟାଚ୍‌ର ଉତ୍କଣ୍ଠାପୂର୍ଣ୍ଣ ପରିସମାପ୍ତି ଘଟାଇଥିଲେ।
ସଂକ୍ଷିପ୍ତ ସ୍କୋର
ଆଫଗାନିସ୍ତାନ ୨୦ ଓଭରରେ ୧୨୯/୬ (ଇବ୍ରାହିମ୍‌ ଜଡ୍ରାନ-୩୫, ହାରିସ ରୌଫ-୨/୨୬)। ପାକିସ୍ତାନ ୧୯.୨ ଓଭରରେ ୧୩୧/୯ (ଶଦାବ ଖାଁ-୩୬, ଇଫ୍‌ତିକାର ଅହମଦ-୩୦, ଫଜଲହକ୍‌ ଫାରୁକି-୩/୩୧ ଓ ଫରିଦ ଅହମଦ-୩/୩୧, ରଶିଦ ଖାଁ-୨/୨୫)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାଂଲାଦେଶକୁ ହରାଇ ଇତିହାସ ରଚିଲା ଭାରତ, ୯୨ ବର୍ଷରେ ପ୍ରଥମ ଥର ପାଇଁ ହେଲା ଏମିତି

ନୂଆଦିଲ୍ଲୀ,୨୨।୯: ଭାରତ ବଡ଼ ବିଜୟ ହାସଲ କରିଛି। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ବାଂଲାଦେଶକୁ ୨୮୦ ରନରେ ପରାସ୍ତ କରିଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱ...

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri