Categories: ଜାତୀୟ

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୧୩।୮: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୪୦,୧୨୦ଟି ମାମଲା ସାମ୍ନାକୁ ଆସିଥିବାବେଳେ ୫୮୫ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୩,୨୧,୧୭,୮୨୬ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୩୧, ୩୦୨,୨୪୫ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୩ ଲକ୍ଷ ୮୫ ହଜାର ୨୨୭ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪,୩୦,୨୫୪କୁ ବୃଦ୍ଧି ପାଇଛି।

Share