Categories: ଜାତୀୟ

୨୦୨୦ ମାର୍ଚ୍ଚ ପରେ ଆଜି ଦେଶରେ ସର୍ବନିମ୍ନ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୭।୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୯ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ୨୦୨୦ ମାର୍ଚ୍ଚ ୨୭ ପରେ ଏହା ଦେଶରେ ସର୍ବନିମ୍ନ କରୋନା ମାମଲା। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୬,୮୧,୨୩୩ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୧,୪୮,୪୭୨ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୨,୦୩୫ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୩୦,୭୨୬କୁ ବୃଦ୍ଧି ପାଇଛି।

Share