ନୂଆଦିଲ୍ଲୀ,୮।୪: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ହଜାର ୦୩୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୪୩ଜଣଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୩୦,୩୧,୯୫୮ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୨୫,୦୦,୦୦୨ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧୧,୪୯୨ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୧,୫୭୩କୁ ବୃଦ୍ଧି ପାଇଛି।