ନୂଆଦିଲ୍ଲୀ,୨୯।୧୦: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୧୪,୩୪୮ଟି ମାମଲା ସାମ୍ନାକୁ ଆସିଥିବାବେଳେ ୮୦୫ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୩,୪୨,୪୬,୧୫୭ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୩,୩୬୨୭,୬୩୨ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧ ଲକ୍ଷ ୭୫ ହଜାର ୭୪୫ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪,୫୭,୧୯୧କୁ ବୃଦ୍ଧି ପାଇଛି।