Categories: ଜାତୀୟ

ଦେଶରେ କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୭।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି କମିବାରେ ଲାଗିଛି। ଗତ କିଛିଦିନ ହେବ ସଂକ୍ରମଣ ୨ ହଜାରେ ତଳେ ଥିବାବେଳେ ମଙ୍ଗଳବାର ତାହା କମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୫୬୯ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୯ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୩୧,୨୪,୮୭୯ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୨୫,୮୪,୭୧୦ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧୬,୪୦୦ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୪,୨୬୦କୁ ବୃଦ୍ଧି ପାଇଛି।

Share