Categories: ଜାତୀୟ

ଆଜି ଦେଶରେ ୨୦,୪୦୯ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୯।୭: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦,୪୦୯ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୪୭ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୩୯,୭୯,୭୩୦ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୩୩,୦୯,୪୮୪ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧,୪୩,୯୮୮ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୬,୨୫୮କୁ ବୃଦ୍ଧି ପାଇଛି।

Share