Categories: ଜାତୀୟ

କମୁନି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୩୧।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୭୦୬ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୨୫ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୩୧,୫୫,୭୪୯ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୨୬,୧୩,୪୪୦ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧୭,୬୯୮ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୪,୬୧୧କୁ ବୃଦ୍ଧି ପାଇଛି।

Share