ନୂଆଦିଲ୍ଲୀ,୨।୧୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୭୫ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୬,୭୨,୬୩୮ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୧,୩୭,୬୧୭ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୪,୬୭୨ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୩୦,୬୨୧କୁ ବୃଦ୍ଧି ପାଇଛି।