Categories: ଜାତୀୟ

ପୁଣି ବଢୁଛି ଦେଶରେ କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୯।୪: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୩୭୭ ଜଣ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୬୦ ଜଣଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୩୦,୭୨,୧୭୬ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୨୫,୩୦,୬୨୨ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧୭,୮୦୧ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୩,୭୫୩କୁ ବୃଦ୍ଧି ପାଇଛି।

Share