ନୂଆଦିଲ୍ଲୀ,୧୮।୧୦: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୫୪୨ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ୮ ଜଣଙ୍କ ମୃତ୍ୟୁ ଘଟଥିବା ଜଣାପଡିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୬,୩୨,୪୩୦ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୫,୩୬,୧୫୨ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୨୬,୪୪୯ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୮,୯୧୩କୁ ବୃଦ୍ଧି ପାଇଛି।