Categories: ଜାତୀୟ

ଆଜି ଦେଶରେ ୨,୬୨୮ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୭।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ସଂକ୍ରମଣ ଦୁଇ ହଜାରେ ତଳେ ଉପରେ ରହୁଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୬୨୮ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୮ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୩୧,୪୪,୮୨୦ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୨୫,୫୧,୨୪୮ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧୫,୪୧୪ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୪,୫୨୫କୁ ବୃଦ୍ଧି ପାଇଛି।

Share