ବିଶ୍ୱ ଅର୍ଥନୀତିର ଗ୍ରୋଥ୍‌ ଇଞ୍ଜିନ ହେବ ଭାରତ: ଧର୍ମେନ୍ଦ୍ର

ଭୁବନେଶ୍ୱର, ,୧୫ା୧୦(ସୁନିତ୍‌ ମିଶ୍ର): ଜାତୀୟ ଶିକ୍ଷାନୀତି ଭାରତୀୟ ଶିକ୍ଷା ପ୍ରଣାଳୀରେ ଏକ ବଡ଼ ପରିବର୍ତ୍ତନ ଆଣିବ। ଭାରତ ସରକାରଙ୍କ ଶିକ୍ଷାନୀତି ସହ ଅନ୍ୟାନ୍ୟ କ୍ଷେତ୍ରରେ ସଂସ୍କାର ଭାରତକୁ ଆଗାମୀ ୨ ଦଶନ୍ଧି ମଧ୍ୟରେ ବିଶ୍ୱ ଅର୍ଥନୀତିର ଅଭିବୃଦ୍ଧି ଇଞ୍ଜିନ କରାଇବ ବୋଲି ସୋମବାର ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀରେ ଇଣ୍ଡିଆ ଲିଡରଶିପ୍‌ ସମ୍ମିଟ -୨୦୨୪ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଆମେରିକା-ଇଣ୍ଡିଆ ଷ୍ଟ୍ରାଟେଜିକ୍‌ ପାର୍ଟନରଶିପ ଫୋରମ(ୟୁଏସ୍‌ଆଇଏସ୍‌ପିଏଫ୍‌) ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ଅଧୀନରେ ଫାୟାରସାଇଡ୍‌ ଚାର୍ଟରେ ଜାତୀୟ ଶିକ୍ଷାନୀତି ସହ ଶିକ୍ଷା ବ୍ୟବସ୍ଥା ସମ୍ବନ୍ଧୀୟ ବିଭିନ୍ନ ପ୍ରଶ୍ନରେ କେନ୍ଦ୍ରମନ୍ତ୍ରୀ ଉତ୍ତର ରଖିଛନ୍ତି। ଜାତୀୟ ଶିକ୍ଷାନୀତି-୨୦୨୦ର ପ୍ରାଥମିକ କ୍ଷେତ୍ର, ଭାରତର ଶିକ୍ଷା ବ୍ୟବସ୍ଥାରେ ନୂଆ ଶିକ୍ଷାନୀତି ଦ୍ୱାରା ହେବାକୁ ଥିବା ପରିବର୍ତ୍ତନ ଉପରେ ମତ ରଖି ଧର୍ମେନ୍ଦ୍ର କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଳ୍ପନାରେ ଦେଶରେ ପ୍ରଣୟନ ହୋଇଥିବା ଜାତୀୟ ଶିକ୍ଷାନୀତି ଏକ ଦାର୍ଶନିକ ଦସ୍ତାବିଜ। ଜାତୀୟ ଶିକ୍ଷାନୀତି ଦେଶର ଯୁବପିଢ଼ି ଭବିଷ୍ୟତ ପାଇଁ ପ୍ରସ୍ତୁତ କରାଇବା ସହ ବୈଶ୍ୱିକ ନାଗରିକରେ ପରିବର୍ତ୍ତନ କରିବ। ଏହି ଯୁବଶକ୍ତିମାନେ କେବଳ ଭାରତ ନୁହେଁ ବରଂ ବିଶ୍ୱର କଲ୍ୟାଣ ଦିଗରେ ବ୍ରତୀ ରହିବେ। ଜାତୀୟ ଶିକ୍ଷାନୀତିର ପ୍ରାଥମିକତା କ୍ଷେତ୍ର ଯଥା ଶିକ୍ଷାରେ ପ୍ରଯୁକ୍ତିବିଦ୍ୟାର ସମନ୍ବୟ ଉପରେ ଫୋକସ ରହିଛି। ଦେଶରେ ଡିଜିଟାଲ ଶିକ୍ଷା ପରିସଂସ୍ଥାନରେ ଅଭୂତପୂର୍ବ ପରିବର୍ତ୍ତନ ହେଉଛି। ଭାରତୀୟ ଭାଷାରେ ଶିକ୍ଷାକୁ ପ୍ରୋତ୍ସାହିତ କରାଯାଉଛି। ଗବେଷଣା ଏବଂ ଇନୋଭେଶନର ପରମ୍ପରାକୁ ପ୍ରୋତ୍ସାହିତ କରାଯାଉଛି। ପ୍ରଧାନମନ୍ତ୍ରୀଙ୍କ ମତରେ ଡିଗ୍ରୀ ଓ ସାର୍ଟିଫିକେଟ୍‌ ଅପେକ୍ଷା ଦକ୍ଷତା ବହୁ ଗୁରୁତ୍ୱପୂର୍ଣ୍ଣ। କୋଭିଡ୍‌ ସମୟରେ ଦକ୍ଷତା ତଥା ସାମର୍ଥ୍ୟ ବଳରେ ହୋଇଥିବା ଅନେକ ସୃଜନଶୀଳ ଇନୋଭେଶନକୁ ସମସ୍ତେ ପ୍ରଶଂସା କରିଛନ୍ତି। ଭାରତରେ ସବୁଠୁ ଅଧିକ ସଂଖ୍ୟକ ଯୁବବର୍ଗ ଅଛନ୍ତି। ଏହାକୁ ଦୃଷ୍ଟିରେ ରଖି ଜାତୀୟ ଶିକ୍ଷାନୀତି କେବଳ ଶିକ୍ଷା ନୁହେଁ ବରଂ ନିଯୁକ୍ତି ଆଧାରିତ ଶିକ୍ଷା ପ୍ରଦାନ କରିବ। ଛାତ୍ରୀଛାତ୍ରଙ୍କୁ ସ୍କିଲିଂ, ରି-ସ୍କିଲିଂ ଓ ଅପ୍‌ ସ୍କିଲିଂ କରାଇବ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ବିଜେଡିରେ ଚହଳ: ଏମପି ପ୍ରାର୍ଥୀ ରଂଜିତାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଲତିକା, ଭାଜପା ସହ ହାତ ମିଳାଇ…

ଗଞ୍ଜାମ ବିଜେଡିରେ ହଲଚଲ। ଆସ୍କା ଏମପି ପ୍ରାର୍ଥୀ ରଂଜିତା ସାହୁଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି କବିସୂର୍ଯ୍ୟନଗର ପୂର୍ବତନ ବିଧାୟକ ଲତିକା ପ୍ରଧାନ। ସେ କହିଛନ୍ତି,...

କାହିଁକି ବିଜେଡି ଛାଡୁଛନ୍ତି ନେତା, ଭିତିରି କଥା କହିଦେଲେ ସନ୍ତୃପ୍ତ

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ...

ସନ୍ତୃପ୍ତ ମିଶ୍ରଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଲଚଲ, ଯୋଗାଯୋଗରେ ବହୁ ଭାଜପା ନେତା…

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ...

ପୁଣି ଦେବାଶିଷଙ୍କ ବିସ୍ଫୋରକ ବୟାନ, ପାଣ୍ଡିଆନଙ୍କୁ ନେଇ କହିଲେ…

ଭୁବନେଶ୍ୱର,୧୬।୧୦: ପୁଣି ଦେବାଶିଷଙ୍କ ବିସ୍ଫୋରକ ବୟାନ। ଖୋଲାଖୋଲି କାର୍ତ୍ତିକ ପାଣ୍ଡିଆନଙ୍କ ନାଁ ନେଇ ବଡ଼ ବୟାନ ଦେଇଛନ୍ତି ଦେବାଶିଷ। ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ...

ଆସୁଛି ବଡ଼ ବାତ୍ୟା! ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ…

ଭୁବନେଶ୍ୱର,୧୬।୧୦: ପୁଣି ଡରାଇଲାଣି ଅକ୍ଟୋବର ମାସ। ଓଡିଶାକୁ ବାତ୍ୟା ଆଶଙ୍କା ଥିବା ଅନ୍ତର୍ଜାତୀୟ ପାଣିପାଗ ମଡେଲ ଆକଳନ କରିଛି । ଚିତ୍ର ସ୍ପଷ୍ଟ ହୋଇନଥିଲେ ବି...

ନବୀନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ଏମିତି କଥା କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୧୬।୧୦: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ୭୮ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ...

ଟ୍ରାଙ୍କୁଲାଇଜ ହୋଇ ହାତୀ ଛୁଆକୁ ନନ୍ଦନକାନନ ଅଣାଯାଉଛି

ଖୋର୍ଦ୍ଧା,୧୬।୧୦: ରାଉରକେଲାରେ ହାତୀ ପଲଙ୍କୁ ଟ୍ରେନ ଧକ୍କା ଦେବା ଘଟଣାରେ ଆହତ ହାତୀ ଛୁଆକୁ ଚିକିତ୍ସା ପାଇଁ ନନ୍ଦନକାନନ ଅଣାଯାଉଛି। ଟ୍ରାଙ୍କୁଲାଇଜ ପରେ ଆହତ ହାତୀକୁ...

ଲୁଣାପାଣି, କୁମ୍ଭୀର ଆତଙ୍କ ନିଦ ହଜାଇଛି

ଚାନ୍ଦବାଲି,,୧୬।୧୦(ଅଶୋକ କୁମାର ପଣ୍ଡା):ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ପଶ୍ଚିମରେ ସାଳନ୍ଦୀ, ଦକ୍ଷିଣରେ ବୈତରଣୀ, ପୂର୍ବରେ ମନ୍ତେଇ ନଦୀ ସହ କେତେକ କେନାଲ ଓ ଯୋର ଘେରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri