କେପଟାଉନ୍/ନୂଆଦିଲ୍ଲୀ,୨୭।୧: ନାମିବ୍ୟା ପରେ ଦକ୍ଷିଣ ଆଫ୍ରିକାରୁ ୧୦୦ରୁ ଅଧିକ ଚିତା ବାଘ ଭାରତକୁ ଆସିବ ବୋଲି ଜଣାପଡିଛି। ଏନେଇ ଦୁଇ ଦେଶ ମଧ୍ୟରେ ଏକ ରାଜିନାମା ହୋଇଥିବା ଦକ୍ଷିଣ ଆଫ୍ରିକାର ପରିବେଶ ମନ୍ତ୍ରଣାଳୟ କହିଛି। ଚିତା ସଂଖ୍ୟା ବୃଦ୍ଧି ନିମନ୍ତେ ଏହି ନିଷ୍ପତ୍ତି ନିଆଯାଇଛି। ଆଗାମୀ ୮ରୁ ୧୦ ବର୍ଷ ମଧ୍ୟରେ ବାର୍ଷିକ ୧୨ଟି ଚିତା ପଠାଯିବା ଲାଗି ଯୋଜନା କରାଯାଛି। ଏହି ପର୍ଯ୍ୟାୟରେ ଆସନ୍ତା ମାସରେ ୧୨ଟି ଚିତା ବିମାନ ଯୋଗେ ଭାରତକୁ ସ୍ଥାନାନ୍ତର କରାଯିବ।
ସୂଚନାଯୋଗ୍ୟ, ଗତବର୍ଷ ସେପ୍ଟେମ୍ବରରେ ନାମିବ୍ୟାରୁ ୮ଟି ଚିତା ଆସିଥିଲା। କୁନୋ ଜାତୀୟ ଉଦ୍ୟାନରେ ଏହି ଚିତାବାଘ ଗୁଡିକୁ ଛଡାଯାଇଛି।