Categories: ଖେଳ

ଆଜି ଭାରତ-ଅଷ୍ଟ୍ରେଲିଆ ନିର୍ଣ୍ଣାୟକ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ହାଇଦ୍ରାବାଦ,୨୫।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ର ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ୍‌ ଆଜି ହାଇଦ୍ରାବାଦରେ ଖେଳାଯିବ। ସିରିଜ ହାତେଇବା ପାଇଁ ଉଭୟ ଦଳ ପଡିଆକୁ ଓହ୍ଲାଇବେ। ପ୍ରଥମ ମ୍ୟାଚରେ ଭାରତକୁ ଚାରି ଉଇକେଟରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଦ୍ୱିତୀୟ ମ୍ୟାଚ୍‌ରେ ଭାରତ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା।
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ମ୍ୟାଚ ୨୫ ସେପ୍ଟେମ୍ବର ଅର୍ଥାତ୍‌ ଆଜି ହାଇଦ୍ରାବାଦର ରାଜୀବ ଗାନ୍ଧୀ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ୍‌ ଭାରତ ଭାରତୀୟ ସମୟ ୭.୦୦ରୁ ଖେଳାଯିବ। ଟସ ସା ୬:୩୦ରେ ହେବ। ଷ୍ଟାର୍‌ ସ୍ପୋର୍ଟସ ନେଟୱାର୍କ ନିକଟରେ ଭାରତ ବନାମ ଅଷ୍ଟ୍ରେଲିଆ ଟି-୨୦ ସିରିଜ ପ୍ରସାରଣ କରିବାର ଅଧିକାର ଅଛି। ଷ୍ଟାର୍‌ ସ୍ପୋର୍ଟସର ବିଭିନ୍ନ ଚ୍ୟାନେଲରେ ଏହି ମ୍ୟାଚ ହିନ୍ଦୀ କିମ୍ବା ଇଂରାଜୀ କମେଣ୍ଟ୍ରି ଦେଖିହେବ। ଏହି ମ୍ୟାଚର ଲାଇଭ ଷ୍ଟ୍ରିମିଂ ଭାରତର ଡିଜନି ପ୍ଲସ ହଟଷ୍ଟାର୍‌ ଆପ ରେ ଦେଖିବାକୁ ମିଳିବ।

Share