Categories: ଖେଳ

ବର୍ଷା ଧୋଇଦେଲା ଇଂଲଣ୍ଡ ବିପକ୍ଷ ପ୍ରଥମ ଅଭ୍ୟାସ ମ୍ୟାଚ୍‌

ଗୁଆହାଟି,୩୦।୯: ବିଶ୍ୱକପ୍‌ ପୂର୍ବରୁ ଇଂଲଣ୍ଡ ବିପକ୍ଷ ପ୍ରଥମ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ବାତିଲ ହୋଇଛି। ଶନିବାର ଖେଳାଯିବାକୁ ଥିବା ଏହି ମୁକାବିଲାରେ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ହେଲେ ବର୍ଷା ହେବା କାରଣରୁ ନିର୍ଦ୍ଧାରିତ ସମୟରେ ମ୍ୟାଚ୍‌ ଆରମ୍ଭ ହୋଇପାରି ନ ଥିଲା। ଏପରିକି ଅପରାହ୍ନ ୬ଟା ଯାଏ ବର୍ଷା ଲାଗି ରହିବାରୁ ମ୍ୟାଚ୍‌କୁ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏବେ ଭାରତ ଅକ୍ଟୋବର ୩ରେ ନେଦରଲ୍ୟାଣ୍ଡ ବିପକ୍ଷରେ ଦ୍ୱିତୀୟ ଅଭ୍ୟାସ ମ୍ୟାଚ୍‌ ଖେଳିବ।

ପ୍ରକାଶ ଯେ, ବିଶ୍ୱକପ ପୂର୍ବରୁ ସମସ୍ତ ୧୦ଟି ଦଳ ୨-୨ ୱାର୍ମଅପ ମ୍ୟାଚ ଖେଳିବେ। ୨୯ ସେପ୍ଟେମ୍ବରରୁ ଆରମ୍ଭ ହେବାକୁ ଥିବା ୱାର୍ମଅପ ମ୍ୟାଚ ୩ ଅକ୍ଟୋବର ପର୍ଯ୍ୟନ୍ତ ଖେଳାଯିବ। ପ୍ରଥମ ଏବଂ ଶେଷ ଦିନରେ ୩-୩ ମ୍ୟାଚ ହେବ, ଅବଶିଷ୍ଟ ଦୁଇ ଦିନରେ ୨-୨ ମ୍ୟାଚ ଖେଳାଯିବ।

Share