Categories: ଖେଳ

ଆଜି ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଥିରୁଭାନନ୍ତପୁରମ,୨୮।୯: ଅଷ୍ଟ୍ରେଲିଆ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଜିତିବା ପରେ ଭାରତୀୟ ଦଳ ବର୍ତ୍ତମାନ ଏକ ନୂଆ ଚ୍ୟାଲେଞ୍ଜ ପାଇଁ ପ୍ରସ୍ତୁତ। ବୁଧବାର ଠାରୁ ଭାରତ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବ। ଏହା ବ୍ୟତୀତ ତିନୋଟି ଦିନିକିଆ ମଧ୍ୟ ଖେଳାଯିବ, କିନ୍ତୁ ସମସ୍ତ ଆଖି ଟି -୨୦ସିରିଜରେ ରହିବ। ଆସନ୍ତା ମାସରେ ଅଷ୍ଟ୍ରେଲିଆରେ ଟି-୨୦ ବିଶ୍ୱକପ ଅନୁଷ୍ଠିତ ହେବ। ଭାରତ ତାର ପ୍ରସ୍ତୁତି ଶେଷ କରିବା ପାଇଁ ଏହା ହେଉଛି ଶେଷ ସିରିଜ।
ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍‌ ଥିରୁଭାନନ୍ତପୁରର ଗ୍ରୀନ ଫିଲ୍ମଡ ଷ୍ଟାଡିୟମରେ ଖେଲାଯିବ। ଏହି ମ୍ୟାଚ୍‌ ଭାରତୀୟ ସମୟ ଅନୁସାରେ ୭.୦୦ରୁ ଆରମ୍ଭ ହେବ। ଟସ୍‌ ୬.୩୦ ପଡିବ। ଷ୍ଟାର୍‌ ସ୍ପୋର୍ଟସ ନେଟୱାର୍କ ନିକଟରେ ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ ସିରିଜ ପ୍ରସାରଣ କରିବାର ଅଧିକାର ଅଛି। ଷ୍ଟାର୍‌ ସ୍ପୋର୍ଟସର ବିଭିନ୍ନ ଚ୍ୟାନେଲରେ ଏହି ମ୍ୟାଚ ହିନ୍ଦୀ କିମ୍ବା ଇଂରାଜୀ କମେଣ୍ଟ୍ରି ଦେଖିହେବ। ଏହି ମ୍ୟାଚର ଲାଇଭ ଷ୍ଟ୍ରିମିଂ ଭାରତର ଡିଜନି ପ୍ଲସ ହଟଷ୍ଟାର୍‌ ଆପ ରେ ଦେଖିବାକୁ ମିଳିବ।

 

Share