Categories: ଖେଳ

ଆଜି ଭାରତ-ଶ୍ରୀଲଙ୍କା ଦ୍ୱିତୀୟ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଆରମ୍ଭ ହେବ ମ୍ୟାଚ୍‌

ପୁଣେ,୫।୧: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଆଜି ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଲାଯିବ। ଏହି ସିରିଜକୁ କବ୍‌ଜା କରିବା ଉଦ୍ଦେଶ୍ୟରେ ଭାରତ ପଡିଆକୁ ଓହ୍ଲାଇବ। ଏଥି ସହିତ ଶ୍ରୀଲଙ୍କା ଦଳ ଏହି ମ୍ୟାଚ୍‌ ଜିତି ସିରିଜ ସମାନ ସ୍ତରକୁ ଆଣିବାକୁ ଚାହୁଁଛି। ଜାନୁୟାରୀ ୩ରେ ମୁମ୍ବାଇରେ ଖେଳାଯାଇଥିବା ପ୍ରଥମ ମ୍ୟାଚରେ ଟିମ ଇଣ୍ଡିଆ ଏକ ରୋମାଞ୍ଚକର ମ୍ୟାଚରେ ଭ୍ରମଣକାରୀଙ୍କୁ ୨ ରନ୍‌ରେ ପରାସ୍ତ କରିଥିଲା।
ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଏହି ମ୍ୟାଚ ଭାରତୀୟ ସମୟ ସା ୭ଟାରୁ ଆରମ୍ଭ ହେବ। ଏଥି ସହିତ ଷ୍ଟାର ସ୍ପୋର୍ଟସ ନେଟୱାର୍କରେ ଏହି ମ୍ୟାଚ ସିଧା ପ୍ରସାରଣ ହେବ। ଦର୍ଶକମାନେ ଡିଜ୍‌ନୀ ପ୍ଲସ ହଟଷ୍ଟାରରେ ଲାଇଭ ଷ୍ଟ୍ରିମିଂ ଦେଖିପାରିବେ। ଏହା ବ୍ୟତୀତ ପ୍ରଶଂସକମାନେ ଡିଡି ସ୍ପୋର୍ଟସରେ ମାଗଣା ଲାଇଭ ପ୍ରସାରଣ ଦେଖିପାରିବେ।

Share