Posted inଜାତୀୟ

୩୭୦ ଫେରାଇ ଆଣିବ ଇଣ୍ଡିଆ

ଜମ୍ମୁ,୫ା୯:ଲୋକ ସଭା ନିର୍ବାଚନରେ ଭାଜପାର ଦୁର୍ବଳ ପ୍ରଦର୍ଶନକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାନସିକସ୍ତରରେ ଭାଙ୍ଗିପଡ଼ିଛନ୍ତି। ମୋଦି ଆମତ୍ବିଶ୍ୱାସ ହରାଇଦେଇଛନ୍ତି। ଖୁବ୍‌ଶୀଘ୍ର ତାଙ୍କ ସରକାରର ପତନ ଘଟିବାକୁ ଯାଉଛି ବୋଲି ବୁଧବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି। ସେହିପରି ଇଣ୍ଡିଆ ବ୍ଲକ୍‌ କ୍ଷମତାକୁ ଆସିଲେ ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ସହ ଅନୁଚ୍ଛେଦ ୩୭୦ ଫେରାଇ ଆଣିବ ବୋଲି ରାହୁଲ ଆଶ୍ୱାସନା ଦେଇଛନ୍ତି। ରାହୁଲଙ୍କ ଏହି ମନ୍ତବ୍ୟ କେବଳ କଶ୍ମୀର ନୁହେଁ, ବରଂ ଜାତୀୟ ରାଜନୀତିକୁ ସରଗରମ କରିଛି।
ଜମ୍ମୁ-କଶ୍ମୀର ବିଧାନସଭାର ୯୦ ଆସନ ପାଇଁ ସେପ୍ଟେମ୍ବର ୧୮, ୨୫ ଓ ଅକ୍ଟୋବର ୮ରେ ତିନି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଏହା ପୂର୍ବରୁ କଶ୍ମୀରକୁ ପ୍ରଥମ ଥର ପ୍ରଚାରରେ ଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ବନିହାଲ ନିର୍ବାଚନମଣ୍ଡଳୀର ସଙ୍ଗଲଦାନରେ କଂଗ୍ରେସର ଏକ ସଭାକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ରାହୁଲ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଓ ସେମାନଙ୍କ ବନ୍ଧୁମାନେ କେନ୍ଦ୍ର ସରକାରକୁ ଚଳାଉଛନ୍ତି। ୨ ଜଣ ବିଲିଅନେୟାର ବନ୍ଧୁଙ୍କ ସ୍ବାର୍ଥରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଏବଂ ବିମୁଦ୍ରୀକରଣ ଅଣାଯାଇଥିଲା। ଏହାକୁ କାର୍ଯ୍ୟକାରୀ କରାଯିବା ଫଳରେ ଦେଶର କ୍ଷୁଦ୍ର ବ୍ୟବସାୟୀମାନଙ୍କୁ କ୍ଷତି ସହିବାକୁ ପଡ଼ିଛି। ସେହି ୨ ବନ୍ଧୁ ହେଲେ ଆଦାନୀ (ଏ୧) ଏବଂ ଅମ୍ବାନୀ (ଏ୨)। କେନ୍ଦ୍ର ସରକାର ‘ଆମେ ଦୁଇ, ଆମର ଦୁଇ’ ଭଳି। ଏହି ଦୁଇଜଣ ହେଲେ ମୋଦି ଓ ଶାହା। ବାସ୍ତବରେ ଏହି ୪ ଜଣ ହିଁ ସରକାର ଚଳାଉଛନ୍ତି।
ଆହୁରି କହିଛନ୍ତି, ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ଉଚ୍ଛେଦ କରି ଜମ୍ମୁ-କଶ୍ମୀରର ରାଜ୍ୟ ମାନ୍ୟତାକୁ ଛଡ଼ାଇ ନିଆଯାଇଥିଲା। ଏହା ବି କେବଳ ୨ ଜଣ ବିଲିଅନେୟାରଙ୍କୁ ଲାଭ ଦେବା ପାଇଁ ଉଦ୍ଦିଷ୍ଟ ଥିଲା। ଦେଶର ଅବଶିଷ୍ଟ ଭାଗ ତୁଳନାରେ ଜମ୍ମୁ-କଶ୍ମୀର ସ୍ଥିତି ଅତ୍ୟନ୍ତ ଦୟନୀୟ। ଏଠାରେ ବେରୋଜଗାରି ହାର ସର୍ବାଧିକ। ଯୁବପିଢ଼ିଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଲାଗି ସରକାର କିଛି କରିନାହାନ୍ତି। ବିରୋଧୀ ଦଳଗୁଡ଼ିକ ଇଣ୍ଡିଆ ବ୍ଲକ୍‌ ଅଧୀନରେ ଏକାଠି ହେବା ପରେ ମୋଦିଙ୍କ ଆମତ୍ବିଶ୍ୱାସ ଦୁର୍ବଳ ହୋଇଯାଇଛି। ଆମେ ମୋଦିଙ୍କୁ ମାନସିକସ୍ତରରେ ଶେଷ କରିଦେଇଛୁ। ପାର୍ଲାମେଣ୍ଟରେ ମୁଁ ତାଙ୍କ ସାମ୍ନାରେ ବସିଥାଏ। ତେଣୁ ଏହି ବିଷୟ ଜାଣିବାକୁ ପାଇଛି। ଏବେ ଅଳ୍ପ ସମୟ ବାକି ଅଛି, ମୋଦି ଏବଂ ଭାଜପାକୁ ସରକାରରୁ ଆମେ ହଟାଇଦେବୁ ବୋଲି କଂଗ୍ରେସ ନେତା ରାହୁଲ କହିଛନ୍ତି। ରାହୁଲ ବନିହାଲ ପରେ ଅନନ୍ତନାଗ ଜିଲା ଅଧୀନ ଦୁରୁ ନିର୍ବାଚନମଣ୍ଡଳୀରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ ଯାତ୍ରା ଜଗତର ଦୁର୍ଦ୍ଧାନ୍ତ ଖଳନାୟକ ପ୍ରଦୀପ

ଗଞ୍ଜାମ,୧୪।୪,(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡକାଳୀଙ୍କ ଦଣ୍ଡ ପର୍ବ l ଦଣ୍ଡନାଟ ଆରମ୍ଭ ହେବା ମାତ୍ରେ ପୁଣି ଚର୍ଚ୍ଚାକୁ ଆସିଯାନ୍ତି ଯାତ୍ରା...

ସୁନାବେଶରେ ଦର୍ଶନ ଦେଲେ ମା’

କେନ୍ଦୁଝର,୧୪।୪, (ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ଘଟଗାଁର ମା’ ତାରିଣୀ ପୀଠରେ ପଣା ସଂକ୍ରାନ୍ତି ଧୁମ ଧୁମ ଧାମରେ ପାଳନ ହେଉଛି। ସକାଳୁ ସକାଳୁ ମା’ଙ୍କ...

ସମୁଦ୍ରରେ ଚାଲୁଥିଲା ନିଶାର ଭୟଙ୍କର ଖେଳ! ୧୮୦୦ କୋଟିର ମାଲ ଦେଖି ଚମକି ପଡିଲା କୋଷ୍ଟଗାର୍ଡ

ନୂଆଦିଲ୍ଲୀ,୧୪।୪: ଭାରତର ଯୁବ ପିଢ଼ି ଏବଂ ଅର୍ଥନୀତିକୁ ନଷ୍ଟ କରିବା ପାଇଁ ଦେଶର ଶତ୍ରୁମାନେ ନିରନ୍ତର ଅନେକ ପ୍ରକାରର ଷଡ଼ଯନ୍ତ୍ର ରଚନା କରୁଛନ୍ତି। ଏହି ଷଡ଼ଯନ୍ତ୍ରଗୁଡ଼ିକରେ...

ତିରୁମାଲା ମନ୍ଦିରରେ ସବୁ କେଶ ଦାନ କଲେ ଉପ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ, ଜାଣନ୍ତୁ କ’ଣ ରହିଛି କାରଣ

ଅମରାବତି,,୧୪।୪: ଆନ୍ଧ୍ର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ ପବନ କଲ୍ୟାଣଙ୍କ ପତ୍ନୀ ଆନ୍ନା କୋନିଡେଲା ରବିବାର ତିରୁମାଲା ମନ୍ଦିରରେ ତାଙ୍କର ସମସ୍ତ କେଶ ଅର୍ପଣ କରିଛନ୍ତି। ମନ୍ଦିରରେ ତାଙ୍କ...

ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୪ା୪: ମହାବିଷୁବ ପଣାସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି,...

ୟୁକ୍ରେନ ଉପରେ ଚଳିତ ବର୍ଷର ସବୁଠାରୁ ବଡ଼ ଆକ୍ରମଣ କଲା ରୁଷିଆ

କ୍ୱିଭ,୧୪।୪: ରୁଷିଆ ପୁଣିଥରେ ୟୁକ୍ରେନ ଉପରେ ଏକ ବଡ଼ ଆକ୍ରମଣ କରିଛି। ରବିବାର ୟୁକ୍ରେନର ସୁମି ସହରରେ ଚର୍ଚ୍ଚ ପ୍ରାର୍ଥନା ସମୟରେ ରୁଷୀୟ କ୍ଷେପଣାସ୍ତ୍ରଗୁଡ଼ିକ ଧ୍ୱଂସଲୀଳା...

ସରପଞ୍ଚଙ୍କ ସ୍ବାମୀଙ୍କୁ ବନ୍ଧୁକ ଦେଖାଇ ହତ୍ୟା ଧମକ

ଦିଗପହଣ୍ଡି,୧୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ସରପଞ୍ଚ ବର୍ଷା ସେଠୀଙ୍କ ସ୍ବାମୀ ପିଣ୍ଟୁ ସେଠୀଙ୍କୁ ଦିଗପହଣ୍ଡି କେନାଲ ସାହିରେ ରହୁଥିବା...

ଟାରିଫ୍‌ ହ୍ରାସ ଅପେକ୍ଷାରେ ବିଦ୍ୟୁତ୍‌ ଉପଭୋକ୍ତା

ଭୁବନେଶ୍ୱର,୧୪।୪(ରବିନାରାୟଣ ଜେନା): କେନ୍ଦ୍ରୀୟ କୋଇଲା ଆଇନ ଓ ଅଧିନିୟମକୁ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆରସି) ଉଲ୍ଲଂଘନ କରୁଥିବାରୁ ରାଜ୍ୟରେ ବିଦୁତ୍‌ ଟାରିଫ୍‌ ଅଧିକ ରହିଛି। ନିୟମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image