ପ୍ରତିଶୋଧ ନେବ ଭାରତ: ଭୟରେ ଥରହର ପାକିସ୍ତାନ ବାୟୁସେନାକୁ କଲା ସତର୍କ

ନୂଆଦିଲ୍ଲୀ,୨୩।୪: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ପାକିସ୍ତାନ ତାର ବାୟୁସେନାକୁ ହାଇ ଆଲର୍ଟରେ ରଖିଛି। ପାକିସ୍ତାନୀ ବାୟୁସେନାର ଗୋଇନ୍ଦା ବିମାନ ଭାରତୀୟ ସୀମା ସଂଲଗ୍ନ ଅଞ୍ଚଳର ଆକାଶମାର୍ଗ ଉପରେ ନିରନ୍ତର ନଜର ରଖିଛି। ପାକିସ୍ତାନ ଭୟ କରୁଛି ଯେ, ଭାରତ ବାଲାକୋଟ ଏୟାରଷ୍ଟ୍ରାଇକ ପରି ପ୍ରତିଶୋଧ ନେଇପାରେ। ଭାରତୀୟ ସୁରକ୍ଷା ଏଜେନ୍ସିଗୁଡ଼ିକ ମଧ୍ୟ ସଜାଗ ଅଛନ୍ତି ଏବଂ ସୀମାବର୍ତ୍ତୀ ଅଞ୍ଚଳରେ ସତର୍କତା ବୃଦ୍ଧି କରାଯାଇଛି।

ଭାରତରେ ପାକିସ୍ତାନର ପୂର୍ବତନ ଉଚ୍ଚାୟୁକ୍ତ ଅବଦୁଲ ବସିଟ୍‌ ଏକ୍ସରେ ଟୁଇଟ କରିଛନ୍ତି। ସେ ଲେଖିଛନ୍ତି, ମୁଁ ସମ୍ପୂର୍ଣ୍ଣ ବିଶ୍ୱାସ ଯେ ଇସଲାମାବାଦ ଭାରତର ଯେକୌଣସି ଦୁଃସାହସିକ କାର୍ଯ୍ୟକୁ ପ୍ରତିହତ କରିବା ପାଇଁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନେଉଛି। ଏଥର ପାକିସ୍ତାନର ପ୍ରତିକ୍ରିୟା ବହୁତ କଠୋର ହେବ।

ସୂଚନାଯୋଗ୍ୟ, କିଛିଦିନର ନୀରବତା ପରେ ଜମ୍ମୁ-କଶ୍ମୀରରେ ପୁଣି ରକ୍ତମୁଖା ହୋଇଛନ୍ତି ଆତଙ୍କବାଦୀ। ପହଲଗାମ୍‌ ଜିଲାରେ ସେମାନେ ମଙ୍ଗଳବାର ଅପରାହ୍ନ ୩ଟାରେ ବଡ଼ଧରଣର ଆକ୍ରମଣ କରିଛନ୍ତି। ପ୍ରାକୃତିକ ଶୋଭାରାଜି ପାଇଁ ‘ମିନି ସୁଇଜରଲାଣ୍ଡ’ ଭାବେ ପରିଚିତ ଦକ୍ଷିଣ କଶ୍ମୀରର ମୁଖ୍ୟ ପର୍ଯ୍ୟଟନସ୍ଥଳ ବୈସରନ୍‌ରେ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଲଶ୍କର-ଇ-ତୋଇବା (ଏଲ୍‌ଇଟି) ସଦସ୍ୟମାନେ ଅନୂ୍ୟନ ୫୦ ରାଉଣ୍ଡ ଗୁଳି ଚଳାଇଛନ୍ତି। ଏହି ଅତର୍କିତ ଆକ୍ରମଣରେ ଜଣେ ଓଡ଼ିଆ ଓ ୨ ଜଣ ବିଦେଶୀଙ୍କ ସମେତ ୨୬ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ କେତେଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି। ଆହତଙ୍କୁ ଉଦ୍ଧାର କରିବା ପାଇଁ ସେନା ହେଲିକପ୍ଟରକୁ ନିୟୋଜିତ କରାଯାଇଛି। ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ସାଉଦି ଗସ୍ତ ଛାଡ଼ି ଭାରତ ଫେରି ଆସିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ବିମାନ ବନ୍ଦରରେ ସଦ୍ୟତମ ପରିସ୍ଥିତି ସମ୍ପର୍କରେ ଏକ ବୈଠକ କରିଛନ୍ତି। ଏଥିରେ NSA ଅଜିତ ଡୋଭାଲ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏ କି ସଙ୍କେତ! ରାତାରାତି ରକ୍ତ ପରି ନାଲି ହୋଇଗଲା ସମୁଦ୍ର; ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭ା୧୨: ଇରାନର ହରମୁଜ୍ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଅଦ୍ଭୁତ ଏବଂ ଚମତ୍କାର ପରିବର୍ତ୍ତନ ଦେଖିବାକୁ ମିଳିଛି। ସାମ୍ପ୍ରତିକ ପ୍ରବଳ ବର୍ଷା ପରେ ଦ୍ୱୀପର ବେଳାଭୂମି...

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri