Posted inଖେଳ

ଚାଇନାକୁ ହରାଇ ଭାରତ ଏସିଆ ଚାମ୍ପିୟନ

ନୂଆଦିଲ୍ଲୀ,୧୭।୯: ହରମନପ୍ରୀତ ସିଂହଙ୍କ ନେତୃତ୍ୱାଧୀନ ଭାରତୀୟ ହକି ଟିମ୍ ଚାଇନା ମାଟିରେ ଚାଇନାକୁ ପରାସ୍ତ କରି ପଞ୍ଚମ ଥର ଲାଗି ଏସିଆ ଚାମ୍ପିୟନ ହୋଇଛି। ଫାଇନାଲ ମୁକାବିଲାରେ ଚାଇନା ଭାରତୀୟ ଦଳ ସହିତ କଡ଼ା ମୁକାବିଲା କରିଥିଲା। ତୃତୀୟ କ୍ୱାର୍ଟର ସୁଦ୍ଧା ଉଭୟ ପକ୍ଷ କୌଣସି ଗୋଲ୍ କରିପାରି ନଥିଲେ। ତେବେ ଚତୁର୍ଥ କ୍ୱାର୍ଟରର ୧୦ ମିନିଟରେ ଭାରତ ପାଇଁ ଯୁଗରଜ ସିଂହ ଏକମାତ୍ର ଗୋଲ କରିଥିଲେ, ଯାହା ବିଜୟ ସୂଚକ ଥିଲା।

ଏହାପୂର୍ବରୁ ଭାରତ ସେମିଫାଇନାଲରେ ଦକ୍ଷିଣ କୋରିଆକୁ ୪-୧ ରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିଲା। ଅନ୍ୟପଟେ ଚାଇନା ହକି ଟିମ୍ ପ୍ରଥମ ଥର ଲାଗି ଫାଇନାଲରେ ପ୍ରବେଶ କରିଥିଲା। କିନ୍ତୁ ଫାଇନାଲରେ ଅଲିମ୍ପିକ୍ସ ବ୍ରୋଞ୍ଜ ବିଜୟୀ ଭାରତ ଠାରୁ ପରାଜୟ ବରଣ କରି ରନର୍ସ ଅପରେ ସନ୍ତୁଷ୍ଟ ହେବାକୁ ପଡିଛି।

ଭାରତୀୟ ଦଳ ଇତିହାସରେ ସର୍ବାଧିକ ପଞ୍ଚମ ଥର (ଚଳିତ ସିଜିନକୁ ମିଶାଇ) ଏସୀୟ ଚାମ୍ପିଅନ୍ସ ଟ୍ରଫି ଟାଇଟଲ ଜିତିଛି। ପୁରୁଷ ହକି ଏସୀୟ ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସିଜନ୍ ୨୦୧୧ ରେ ଖେଳାଯାଇଥିଲା। ତା’ପରେ ଭାରତୀୟ ଦଳ ପାକିସ୍ତାନକୁ ପରାସ୍ତ କରି ଟାଇଟଲ ଜିତିଥିଲା। ଏହା ପରେ ଭାରତୀୟ ଦଳ ୨୦୧୩, ୨୦୧୮ ଏବଂ ୨୦୨୩ ସିଜନରେ ମଧ୍ୟ ଜିତିଛି। ୨୦୧୮ ରେ ଭାରତୀୟ ଦଳ ପାକିସ୍ତାନ ସହ ମିଳିତ ବିଜେତା ହୋଇଥିଲା।

ଏସୀୟ ଚାମ୍ପିଅନ୍ସ ଟ୍ରଫିରେ ୮ ଟି ସିଜିନ୍ ଖେଳାଯାଇଛି, ସେଥିମଧ୍ୟରୁ ଭାରତ ୪ ଥର, ପାକିସ୍ତାନ ଗୋଟିଏ ଥର ଏବଂ ଦକ୍ଷିଣ କୋରିଆ ଥରେ ଟାଇଟଲ ଜିତିଛି। ଭାରତ ୨୦୧୮ ରେ ଭାରତ ଏବଂ ପାକିସ୍ଥାନ ମିଳିତ ବିଜେତା ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ: ସ୍ବୟମ୍‌ଜିତଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ଫିଜିର ସୁଭାରେ ଚାଲିଥିବା ରାଜ୍ୟଗୋଷ୍ଠୀ ୟୁଥ୍‌, ଜୁନିୟର ଓ ସିନିୟର ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ଓଡ଼ିଶାର ସ୍ବୟମଜିତ ପ୍ରସାଦ ସାହୁ ବୁଧବାର...

ପ୍ରଥମ ଦିବସରେ ଏକାଧିକ ମିଟ୍‌ ରେକର୍ଡ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଓଡ଼ିଶା ଆଥଲେଟିକ୍ସ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ୭୦ତମ ରାଜ୍ୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌...

ଆସିଲା ଆଇପିଏଲ ମେଗା ନିଲାମୀ ତାରିଖ: ଜାଣନ୍ତୁ କେବେ ହେବ ?

ନୂଆଦିଲ୍ଲୀ,୧୮ା୯: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୫ ପାଇଁ ମେଗା ନିଲାମ ଖୁବଶୀଘ୍ର ଅନୁଷ୍ଠିଟି ହେବାକୁ ଯାଉଛି। ନଭେମ୍ବର ଶେଷ କିମ୍ବା ଡିସେମ୍ବର ଆରମ୍ଭରେ ଅନୁଷ୍ଠିତ...

ପଞ୍ଜାବ କିଙ୍ଗ୍ସର ମୁଖ୍ୟ କୋଚ୍‌ ହେଲେ ପଣ୍ଟିଂ

ନୂଆଦିଲ୍ଲୀ,୧୮ା୯: ଆଇପିଏଲ୍‌ ଫ୍ରାଞ୍ଚାଇଜ ପଞ୍ଜାବ କିଙ୍ଗ୍ସର ନୂତନ ମୁଖ୍ୟ କୋଚ୍‌ ଭାବରେ ବୁଧବାର ରିକି ପଣ୍ଟିଂଙ୍କ ନାମ ଘୋଷଣା କରାଯାଇଛି। ଟ୍ରେଭର ବେଲିସ୍‌ଙ୍କ ସ୍ଥାନରେ ପୂର୍ବତନ...

ପୁଣି ମୁହାଁମୁହିଁ ହେଲେ କୋହଲି-ଗମ୍ଭୀର: ଦେଖନ୍ତୁ ଟ୍ରେଲର୍‌…

ନୂଆଦିଲ୍ଲୀ,୧୮।୯: ଭାରତୀୟ ଦଳର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍‌ଙ୍କ ମଧ୍ୟରୁ ବିରାଟ କୋହଲି ଅନ୍ୟତମ। ଗୌତମ ଗମ୍ଭୀର ଟିମ ଇଣ୍ଡିଆର ମୁଖ୍ୟ କୋଚ ଦାୟିତ୍ୱ ତୁଲାଉଛନ୍ତି। ଟିମ ଇଣ୍ଡିଆରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri