Posted inଖେଳ

ସିରିଜ୍‌ ଜିତିଲା ଭାରତ…

ବର୍ମିଂହାମ୍‌, ୯।୭ : ଭାରତ ଇଂଲଣ୍ଡ ମଧ୍ୟରେ ବର୍ମିଂହାମ୍‌ରେ ଖେଳାଯାଉଥିବା ୩ଟି ଟି-୨୦ ମ୍ୟାଚ୍‌ର ଦ୍ୱିତୀୟ ମ୍ୟାଚ୍‌ରେ ଭାରତ ସହଜ ବିଜୟ ହାସଲ କରିଛି। ଏହା ସହିତ ଭାରତ ୨ ଓ୍ବିକେଟରେ ବିଜୟ ଲାଭ କରି ୩ ଟି ମ୍ୟାଚରୁ ୨ ଟିରେ ବିଜୟ ଲାଭ କରି ସିରିଜ୍‌ ଜିତିଛି। ଆଉ ଗୋଟିଏ ଟି-୨୦ ମ୍ୟାଚ୍‌ ଖେଳାଯିବାକୁ ବାକି ରହିଛି। ୧୭୧ ରନ୍‌ ବିଜୟ ଲକ୍ଷ୍ୟର ପିଛା କରି ଇଂଲଣ୍ଡ ଦଳବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଇଂଲଣ୍ଡ ୧୭ଓଭରରେ ସମସ୍ତ ଓ୍ବିକେଟ ହରାଇ ୧୨୧ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଇଂଲଣ୍ଡ ପକ୍ଷରୁ ଡାଓ୍ବିଡ ମାଲାନ ୨୫ ବଲରେ ୧୯ ରନ୍‌ କରିଥିବାବେଳେ ମୋଇନ୍‌ ଅଲ୍ଲୀ ୨୧ ବଲରୋ ୩୫ ରନ୍‌ କରିଥିଲେ। ଡେଭିଡ୍‌ ଓ୍ବିଲେ ୨୨ ବଲ୍‌ରେ ୩୩ ରନ୍‌ କରିଛନ୍ତି।

ଇଂଲଣ୍ଡ ଦଳର ଅଧିନାୟକ ଜୋସ୍‌ ବଟଲର ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତୀୟ ଦଳ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ବ୍ୟାଟିଂ ପାଇଁ ଆସି ନିର୍ଦ୍ଧାରିତ ୨୦ ଓଭରରେ ୮ ଓ୍ବିକେଟ ହରାଇ ୧୭୦ ରନ୍‌ କରଥିଲା। ଫଳରେ ଇଂଲଣ୍ଡ ପାଇଁ ବିଜୟ ଲକ୍ଷ୍ୟ ୧୭୧ରନ୍‌ ରହିଥିଲା।

ଭାରତ ପକ୍ଷରୁ ରୋହିତ ଶର୍ମା ୨୦ ବଲରେ ୩୧ ରନ୍‌, ରିଶଭପନ୍ତ ୧୫ ବଲରେ ୨୬ ରନ୍‌, ରବିନ୍ଦ୍ର ଜାଡ଼େଜା ୨୯ ବଲରେ ୪୬ ରନ୍‌, ଦିନେଶ କାର୍ତ୍ତିକ ୧୭ ବଲ୍‌ରେ ୧୨ ରନ୍‌ କରିଛନ୍ତି। ସୂର୍ଯ୍ୟକୁମାର ଯାଦବ ୧୧ ବଲରେ ୧୫ ରନ୍‌ କରିଥିବାବେଳେ ହର୍ଶଲ ପଟେଲ ୬ ବଲ୍‌ରେ ୧୩ ରନ୍‌ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାଂଲାଦେଶକୁ ହରାଇ ଇତିହାସ ରଚିଲା ଭାରତ, ୯୨ ବର୍ଷରେ ପ୍ରଥମ ଥର ପାଇଁ ହେଲା ଏମିତି

ନୂଆଦିଲ୍ଲୀ,୨୨।୯: ଭାରତ ବଡ଼ ବିଜୟ ହାସଲ କରିଛି। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ବାଂଲାଦେଶକୁ ୨୮୦ ରନରେ ପରାସ୍ତ କରିଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱ...

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri