Categories: ଜାତୀୟ

ୟୁକ୍ରେନ୍‌ର ଭାରତୀୟ ଦୂତାବାସ ପୋଲାଣ୍ଡକୁ ସ୍ଥାନାନ୍ତର ହେବ…

ନୂଆଦିଲ୍ଲୀ, ୧୩।୩ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ୧୮ ଦିନ ବିତିଗଲାଣି। ତେବେ ସ୍ଥିତିରେ ଉନ୍ନତି ପରିବର୍ତ୍ତେ ଏହା ଅଧିକ ସଙ୍କଟ ଜନକ ହେବାରେ ଲାଗିଛି। ଉଭୟ ଦେଶ କେହି କାହା ଆଗରେ ନୋଇବାକୁ ହେବାକୁ ପ୍ରସ୍ତୁତ ନୁହଁନ୍ତି।

ସୁରକ୍ଷା ଦୃଷ୍ଟିରୁ ୟୁକ୍ରେନ୍‌ରେ ଥିବା ଭାରତୀୟ ଦୂତାବାସକୁ ପୋଲାଣ୍ଡକୁ ସ୍ଥାନାନ୍ତର କରାଯାଇଛି। ରବିବାର ଭାରତୀୟ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି। ମନ୍ତ୍ରଣାଳୟ କହିଛି ଯେ ୟୁକ୍ରେନର ପଶ୍ଚିମ ଭାଗରେ ସ୍ଥିତି କ୍ରମଶଃ ଖରାପ ହେବାରେ ଲାଗିଛି।

ସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି ଯେ ୟୁକ୍ରେନରେ ଥିବା ଭାରତୀୟ ଦୂତାବାସକୁ ଅସ୍ଥାୟୀ ଭାବେ ପୋଲାଣ୍ଡକୁ ସ୍ଥାନାନ୍ତର କରାଯିବ।

ୟୁକ୍ରେନର ସୁରକ୍ଷା ଅବସ୍ଥା ଖରାପ ହୋଇଥିବାର ଦର୍ଶାଇ ଭାରତ ସରକାର ୟୁକ୍ରେନର ଦୂତାବାସକୁ ପୋଲାଣ୍ଡକୁ ସ୍ଥାନାନ୍ତର କରିବାକୁ ନିଷ୍ପତ୍ତି ନେଇଛନ୍ତି।

ଏହାପୂର୍ବରୁ ରବିବାର ଦିନ ପ୍ରଧାନମନ୍ତ୍ରୀ ମୋଦି ୟୁକ୍ରେନ ସଙ୍କଟ ସମ୍ପର୍କରେ ଏକ ଉଚ୍ଚ ସ୍ତରୀୟ ବୈଠକରେ ଯୋଗଦେଇଥିଲେ। ବୈଠକରେ ବହିର୍ବ୍ୟାପାର ମନ୍ତ୍ରୀ, ଅର୍ଥମନ୍ତ୍ରୀ, ଜାତୀୟ ସୁରକ୍ଷା ପରାମର୍ଶଦାତାଙ୍କ ସମେତ ଅନ୍ୟ ମନ୍ତ୍ରୀ ଏବଂ ଅଧିକାରୀ ଅଂଶଗ୍ରହଣ କରିଥିଲେ। ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଚାଲିଥିବା ଯୁଦ୍ଧରେ ବିଶ୍ୱର ସ୍ଥିତି ପରିବର୍ତ୍ତନ ହେବା ସହିତ ପ୍ରଧାନମନ୍ତ୍ରୀ ମୋଦି ଭାରତର ସୁରକ୍ଷା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି।

Share