Advertisement

ଟ୍ରେନ୍‌ ଦୁର୍ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲା ଭାରତୀୟ ରେଳବାଇ

ନୂଆଦିଲ୍ଲୀ,୧୨ା୧୦: ତାମିଲନାଡ଼ୁ ଟ୍ରେନ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛି ଭାରତୀୟ ରେଳବାଇ।

ତାମିଲନାଡ଼ୁର ତିରୁବଲ୍ଲୁରରେ ମହୀଶୁର-ଦରଭଙ୍ଗା ବାଗମତୀ ସୁପରଫାଷ୍ଟ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହା ଟ୍ରାକରେ ଛିଡ଼ା ହୋଇଥିବା ଏକ ମାଲବାହୀ ଟ୍ରେନକୁ ଧକ୍କା ଦେବାରୁ ୧୨ଟି ବଗି ଲାଇନଚ୍ୟୁତ ହେବା ସହ ୨ଟିରେ ନିଆଁ ଲାଗିଯାଇଥିଲା।

ରାତି ପ୍ରାୟ ସାଢ଼େ ୮ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ୧୯ ଜଣ ଯାତ୍ରୀ ଆହତ ହୋଇଛନ୍ତି। ତେବେ ଏହି ଦୁର୍ଘଟଣାରେ କାହାର ପ୍ରାଣହାନି ଘଟିନାହିଁ ବୋଲି ଦକ୍ଷିଣ ରେଲୱେ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ୧୯ ଆହତ ଯାତ୍ରୀଙ୍କ ମଧ୍ୟରୁ ୨ରୁ ତିନି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସେମାନଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share