Categories: ଖେଳ

ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ,୫।୯: ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ବିଶ୍ୱକପ ୨୦୨୩ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ରୋହିତ ଶର୍ମାଙ୍କ ଅଧିନାୟିତ୍ୱରେ ଦଳରେ ଅଭିଜ୍ଞ ଖେଳାଳିଙ୍କୁ ପ୍ରାଥମିକତା ଦିଆଯାଇଛି। ବିରାଟ କୋହଲି, ଇଶାନ କିଶନ ଏବଂ ଶ୍ରେୟାସ ଆୟର ଦଳର ଏକ ଅଂଶ ଥିବାବେଳେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଉପ-ଅଧିନାୟକ କରାଯାଇଛି।
ବିଶ୍ୱକପ ୨୦୨୩ ପାଇଁ ଭାରତୀୟ କ୍ରିକେଟ ଦଳ – ରୋହିତ ଶର୍ମା (ଅଧିନାୟକ), ହାର୍ଦ୍ଦିକ ପାଣ୍ଡ୍ୟା (ଉପ-ଅଧିନାୟକ), ଶୁଭମନ ଗିଲ, ବିରାଟ କୋହଲି, ଶ୍ରେୟସ ଆୟର, କେ.ଏଲ ରାହୁଲ, ରବିନ୍ଦ୍ର ଜାଡେଜା, ଶାର୍ଦ୍ଦୁଲ ଠାକୁର, ଜସପ୍ରୀତ ବୁମରା, ମହମ୍ମଦ ସିରାଜ, କୁଲଦୀପ ଯାଦବ, ମହମ୍ମଦ ଶାମି, ଅକ୍ଷର ପଟେଲ, ଇଶାନ କିଶନ, ସୂର୍ଯ୍ୟକୁମାର ଯାଦବ।

Share