Posted inଜାତୀୟ

ୟୁକ୍ରେନ ଯୁଦ୍ଧରେ ଏମିତି ଯୋଗ ଦେଇ ନ ଥିଲେ ଭାରତୀୟ ଯୁବକ, ବଡ ର଼୍ୟାକେଟର ହେଲା ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୭।୩: ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ହସ୍ତକ୍ଷେପ ପରେ ରୁଷିଆ ସେନାରେ ସପୋର୍ଟ ଷ୍ଟାଫ ଭାବରେ କାର୍ଯ୍ୟ କରୁଥିବା ପ୍ରାୟ ୨୦ ଜଣ ଭାରତୀୟଙ୍କୁ ଶୀଘ୍ର ଛାଡି ଦେବାକୁ ପ୍ରତିଶୃତି ଦିଆଯାଇଛି। ବର୍ତ୍ତମାନ ଏହି ପ୍ରସଙ୍ଗରେ ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଯୁବକମାନଙ୍କୁ ରୁଷିଆ-ୟୁକ୍ରେନ ଯୁଦ୍ଧକୁ ଲାଭଜନକ ଚାକିରି ନାମରେ ପଠାଇବା ନାମରେ ଏକ ବଡ଼ ନେଟୱର୍କକୁ ଠାବ କରାଯାଇଛି। ସିବିଆଇ ମାନବ ଚାଲାଣ ନେଟୱର୍କର ପର୍ଦ୍ଦାଫାଶ କରିଛି। ଏ ସମ୍ପର୍କରେ ଅନୁସନ୍ଧାନକାରୀ ସଂସ୍ଥା ୭ଟି ସହରର ୧୦ରୁ ଅଧିକ ସ୍ଥାନରେ ତଲାସି ଜାରି ରଖିଛି। ଦିଲ୍ଲୀ, ଥିରୁଭାନନ୍ତପୁରମ, ମୁମ୍ବାଇ, ଅମ୍ବାଲା, ଚଣ୍ଡିଗଡ଼, ମଦୁରାଇ ଏବଂ ଚେନ୍ନାଇରେ ସିବିଆଇ ଚଢାଉ ଜାରି ରହିଛି।
ବିଭିନ୍ନ ଭିସା ପରାମର୍ଶଦାତା ସଂସ୍ଥା ଏବଂ ଏଜେଣ୍ଟଙ୍କ ବିରୋଧରେ ସିବିଆଇ ଏକ ମାମଲା ରୁଜୁ କରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫୦ଲକ୍ଷ ଟଙ୍କା, ଆପତ୍ତିଜନକ ଡକ୍ୟୁମେଣ୍ଟ, ଲାପଟପ, ମୋବାଇଲ, ଡେସ୍କଟପ ଇତ୍ୟାଦି ଇଲେକ୍ଟ୍ରୋନିକ ରେକର୍ଡ ଜବତ କରାଯାଇଛି। କେତେକ ସନ୍ଦିଗ୍ଧଙ୍କୁ ବିଭିନ୍ନ ସ୍ଥାନରେ ପଚରାଉଚରା ପାଇଁ ଅଟକ ରଖାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାୟ ୩୫ ଜଣ ପୀଡିତଙ୍କୁ ବିଦେଶ ପଠାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁସଲମାନ ଅଞ୍ଚଳକୁ ମିନି ପାକିସ୍ତାନ କହିଲେ ଜଣେ ବିଚାରପତି, ସୁପ୍ରିମକୋର୍ଟ ଦେଲେ ଏହି କଡ଼ା ମନ୍ତବ୍ୟ

ବେଙ୍ଗାଲୁରୁ,୨୦ା୯: କର୍ନାଟକ ହାଇକୋର୍ଟର ଜଣେ ବିଚାରପତିଙ୍କ ମନ୍ତବ୍ୟକୁ ନେଇ ସୁପ୍ରିମକୋର୍ଟ କଡ଼ା ମନ୍ତବ୍ୟ ଦେଇଛନ୍ତି। ଏକ ମାମଲାର ଶୁଣାଣି ବେଳେ କର୍ନାଟକ ହାଇକୋର୍ଟର ଜଣେ ବିଚାରପତି...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ତିରୁପତି ଲଡୁ ବିବାଦକୁ ନେଇ ପଓ୍ବନ କଲ୍ୟାଣଙ୍କ ବଡ଼ ବୟାନ, କହିଲେ ସନାତନ ଧର୍ମ ପାଇଁ…

ହାଇଦ୍ରାବାଦ,୨୦ା୯: ତିରୁପତି ଭେଙ୍କଟେଶ୍ୱରଙ୍କ ମନ୍ଦିର ପ୍ରସାଦ ତିଆରି ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବି ମିଳିଛି। ଶାସକ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଦାବି କରିଛି...

ଚୌକା-ଛକା ବର୍ଷା କଲେ ଭାରତର ବଡ଼ ଶତ୍ରୁ: ବିସ୍ଫୋରକ ଅନ୍ଦାଜ୍‌ରେ ଜିତାଇଲେ ମ୍ୟାଚ୍‌

ଲଣ୍ଡନ,୨୦।୯: ଅଷ୍ଟ୍ରେଲିଆ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଏଠାରେ ଉଭୟଙ୍କ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯାଉଛି। ଏହି ସିରିଜର ପ୍ରଥମ ମ୍ୟାଚ...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୦।୮:ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର...

ରିଲାଏନ୍ସ ଡିଜିଟାଲରେ ଆଇଫୋନ୍‌ ୧୬ ରେଞ୍ଜ

ମୁମ୍ବାଇ,୨୦।୯(ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ ପ୍ଲାଟ୍‌ଫର୍ମ ‘ରିଲାଏନ୍ସ ଡିଜିଟାଲ’ରେ ବହୁ ପ୍ରତୀକ୍ଷିତ ଆଇଫୋନ୍‌-୧୬ର ସମସ୍ତ ଭାରିଆଣ୍ଟ (ରେଞ୍ଜ) ଉପଲବ୍ଧ...

ମହିଳାଙ୍କ ମୁହଁରେ ହସ ଫୁଟାଇବେ ଭାଜପା ସରକାର: ମହିଳାଙ୍କୁ ମିଳିବ ୨,୧୦୦ ଟଙ୍କା

ରୋହତକ,୨୦ା୯:ହରିୟାଣାରେ ଭାଜପା ପୁନର୍ବାର କ୍ଷମତାସୀନ ହେଲେ ମହିଳାମାନଙ୍କୁ ମାସିକ ୨,୧୦୦ ଟଙ୍କା ଓ କୃଷକଙ୍କୁ ୨୪ ଫସଲ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ପ୍ରଦାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri