ଭାରତରେ ବଢିଚାଲିଛନ୍ତି କୋଟିପତି: ୧୦ କୋଟିରୁ ଅଧିକ ଆୟ କରୁଥିବା ଲୋକଙ୍କ ସଂଖ୍ୟା ୬୩ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ,୧୭।୯: ଦେଶରେ କୋଟିପତି ଲୋକଙ୍କ ସଂଖ୍ୟାରେ ବଡ ମାତ୍ରାରେ ବୃଦ୍ଧି ଘଟିଛି। ଗତ ପାଞ୍ଚ ବର୍ଷ ମଧ୍ୟରେ ୧୦ କୋଟିରୁ ଅଧିକ ଆୟ କରୁଥିବା ଭାରତୀୟଙ୍କ ସଂଖ୍ୟା ୬୩ ପ୍ରତିଶତ ବୃଦ୍ଧି ପାଇଛି। ସେଣ୍ଟ୍ରମ୍ ଇନଷ୍ଟିଚ୍ୟୁଶନାଲ ରିସର୍ଚ୍ଚ ଏହାର ଏକ ରିପୋର୍ଟରେ ଏହି ସୂଚନା ଦେଇଛି। ରିପୋର୍ଟ ଅନୁଯାୟୀ, ବାର୍ଷିକ ୫ କୋଟିରୁ ଅଧିକ ରୋଜଗାର କରୁଥିବା ଲୋକଙ୍କ ସଂଖ୍ୟା ୪୯ ପ୍ରତିଶତ ବୃଦ୍ଧି ପାଇ ୫୮,୨୦୦ ରେ ପହଞ୍ଚିଛି।

ଏହି ରିପୋର୍ଟ ଅନୁଯାୟୀ, ଗତ ପାଞ୍ଚ ବର୍ଷରେ ବାର୍ଷିକ ୧୦ କୋଟିରୁ ଅଧିକ ଆୟ କରୁଥିବା ଲୋକଙ୍କ ସଂଖ୍ୟା ୬୩ ପ୍ରତିଶତ ବୃଦ୍ଧି ପାଇଛି। ଏହି ରିପୋର୍ଟରେ କୁହାଯାଇଛି ଯେ ଦେଶରେ ୩୧,୮୦୦ ଲୋକ ବାର୍ଷିକ ୧୦ କୋଟିରୁ ଅଧିକ ରୋଜଗାର କରୁଛନ୍ତି ଏବଂ ୨୦୧୮-୧୯ ରୁ ୨୦୨୩-୨୪ ଆର୍ଥିକ ବର୍ଷ ମଧ୍ୟରେ ଗତ ପାଞ୍ଚ ବର୍ଷ ମଧ୍ୟରେ ଏହି ଲୋକଙ୍କ ସଂଖ୍ୟାରେ ଏକ ବଡ଼ ଧରଣର ଲମ୍ଫ ମାରିଛି।

ସେଣ୍ଟ୍ରମ୍ ଇନଷ୍ଟିଚ୍ୟୁସନାଲ ରିସର୍ଚ୍ଚ ଅନୁଯାୟୀ ବାର୍ଷିକ ୫୦ ଲକ୍ଷରୁ ଅଧିକ ରୋଜଗାର କରୁଥିବା ଭାରତୀୟଙ୍କ ସଂଖ୍ୟାରେ ୨୫ ପ୍ରତିଶତ ବୃଦ୍ଧି ଘଟିଛି ଏବଂ ପ୍ରାୟ ୧୦ ଲକ୍ଷ ଲୋକ ଅଛନ୍ତି ଯେଉଁମାନେ ବାର୍ଷିକ ୫୦ ଲକ୍ଷରୁ ଅଧିକ ରୋଜଗାର କରୁଛନ୍ତି। ରିପୋର୍ଟ ଅନୁଯାୟୀ, ୨୦୧୮-୧୯ ଆର୍ଥିକ ବର୍ଷ ମଧ୍ୟରେ ବାର୍ଷିକ ୧୦ କୋଟିରୁ ଅଧିକ ରୋଜଗାର କରୁଥିବା ଲୋକଙ୍କ ସଂଖ୍ୟା ବର୍ଷକୁ ୧୨୧ ପ୍ରତିଶତ ବୃଦ୍ଧି ପାଇଛି ଏବଂ ଏହିପରି ଲୋକଙ୍କ ମୋଟ ସମ୍ପତ୍ତି ୩୮ ଲକ୍ଷ କୋଟିରେ ପହଞ୍ଚିଛି। ବାର୍ଷିକ ୫ କୋଟିରୁ ଅଧିକ ରୋଜଗାର କରୁଥିବା ଲୋକଙ୍କ ସଂଖ୍ୟା ବର୍ଷକୁ ୧୦୬ ପ୍ରତିଶତ ବୃଦ୍ଧି ପାଇଛି ଏବଂ ଏହି ବର୍ଗରେ ପଡୁଥିବା ଲୋକଙ୍କ ମୋଟ ସମ୍ପତ୍ତି ୪୦ ଲକ୍ଷ କୋଟିରେ ପହଞ୍ଚିଛି। ବାର୍ଷିକ ୫୦ ଲକ୍ଷରୁ ଅଧିକ ରୋଜଗାର କରୁଥିବା ଲୋକଙ୍କ ସଂଖ୍ୟାରେ ୬୪ ପ୍ରତିଶତ ବୃଦ୍ଧି ଘଟିଛି ଏବଂ ପାଞ୍ଚ ବର୍ଷ ମଧ୍ୟରେ ସେମାନଙ୍କର ସମ୍ପତ୍ତି ୪୯ ଲକ୍ଷ କୋଟିକୁ ବୃଦ୍ଧି ପାଇଛି।

ରିପୋର୍ଟରେ ଆକଳନ କରାଯାଇଛି ଯେ ଭାରତରେ ହାଇ ନେଟ୍ ୱର୍ଥ ବ୍ୟକ୍ତିବିଶେଷ ଏବଂ ଅଲ୍ଟ୍ରା ହାଇ ନେଟ୍ ୱର୍ଥ ବ୍ୟକ୍ତିବିଶେଷଙ୍କ ମୋଟ ଆର୍ଥିକ ସମ୍ପତ୍ତି ୨୦୨୩ ସୁଦ୍ଧା ୧.୨ ଟ୍ରିଲିୟନ ଡଲାରରୁ ୨୦୨୮ ସୁଦ୍ଧା ୨.୨ ଟ୍ରିଲିୟନ ଡଲାରକୁ ବୃଦ୍ଧି ପାଇବ। ୨୦୨୩-୨୦୨୮ ମଧ୍ୟରେ, ଏହି ବର୍ଗରେ ପଡୁଥିବା ଲୋକଙ୍କ ଧନରେ ବାର୍ଷିକ ୧୩ ରୁ ୧୪ ପ୍ରତିଶତ ବୃଦ୍ଧି ଘଟିବ। ଅନୁସନ୍ଧାନ ରିପୋର୍ଟରେ କୁହାଯାଇଛି ଯେ ଲୋକଙ୍କ ଆୟର ଏହି ତୀବ୍ର ବୃଦ୍ଧି ସତ୍ତ୍ୱେ କେବଳ ୧୫ ପ୍ରତିଶତ ସମ୍ପତ୍ତି ପେସାଦାରଙ୍କ ଦ୍ୱାରା ପରିଚାଳିତ ହେଉଥିବାବେଳେ ବିକଶିତ ଦେଶମାନଙ୍କରେ ଏହି ସଂଖ୍ୟା ୭୫ ପ୍ରତିଶତ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟି କୋଟି ଟଙ୍କାର ବ୍ୟବସାୟ ଛାଡି ରିଲାଏନ୍ସରେ ଦେଇଥିଲେ ଯୋଗ, ଏବେ କମ୍ପାନୀର…

ନୂଆଦିଲ୍ଲୀ,୧୯।୯: ଜୟକର୍ପ ଲିମିଟେଡର ଚେୟାରମ୍ୟାନ୍‌ ଆନନ୍ଦ ଜେନ ରିଅଲ ଇଷ୍ଟେଟ, ବିତ୍ତ ଓ ପୁଞ୍ଜି ବଜାର ସହିତ ଅନ୍ୟ ଉଦ୍ୟୋଗରେ ୩୦ବର୍ଷର ଅନୁଭବ ରଖିଛନ୍ତି। ତେବେ...

ପାର୍ବଣ ସମୟରେ ନିୟନ୍ତ୍ରଣରେ ରହିବ ଦରଦାମ୍: ଆଶ୍ୱସ୍ତ କଲେ ସରକାର

ନୂଆଦିଲ୍ଲୀ,୧୮ା୯: ସରକାର ନାଗରିକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଆଗାମୀ ପାର୍ବଣ ଋତୁରେ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ ନାହିଁ। ବଢୁଥିବା ଦରଦାମ୍ ଏବେ ଲୋକମାନଙ୍କର...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୧୭।୯: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

୮ ନିୟୁତ ଟନ୍‌କୁ ବୃଦ୍ଧିପାଇବ ଉତ୍ପାଦନ କ୍ଷମତା

ଯାଜପୁର,୧୭ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା କଳିଙ୍ଗନଗର ଟାଟା ଷ୍ଟିଲ କାରଖାନାର ଦ୍ୱିତୀୟ ପର୍ଯ୍ୟାୟ ସମ୍ପ୍ରସାରଣ ଖୁବ୍‌ଶୀଘ୍ର ସମ୍ପନ୍ନ ହେବାକୁ ଯାଉଛି। ଏହିକ୍ରମରେ ଏହାର ଉତ୍ପାଦନ କ୍ଷମତା...

ଭାରତରେ ବିଏମ୍‌ଡବ୍ଲ୍ୟୁ ରିଟେଲ ନେକ୍ସଟର ଶୁଭାରମ୍ଭ

ନୂଆଦିଲ୍ଲୀ,୧୭।୯ (ଅଭୟ ଦାଶ): ଭାରତରେ ବିଏମ୍‌ଡବ୍ଲ୍ୟୁ ଗ୍ରୁପର ରିଟେଲ ନେକ୍ସଟ ଡିଲରଶିପ ଶୁଭାରମ୍ଭ ସମ୍ପର୍କରେ କମ୍ପାନୀର ଇଣ୍ଡିଆ ୟୁନିଟ ପକ୍ଷରୁ ବିସ୍ତୃତ ଭାବେ ଘୋଷଣା କରାଯାଇଛି।...

ଭାରତ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ଆହ୍ବାନ

ନୂଆଦିଲ୍ଲୀ,୧୭।୯ (ଅଭୟ ଦାଶ): ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରଠାରେ ୪ର୍ଥ ବିଶ୍ୱ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀ (ରି-ଇନ୍‌ଭେଷ୍ଟ)କୁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

କୁଲଦୀପ ଏଭରଗ୍ରୀନ୍‌ ଚା’ର ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,,୧୬।୯ (ଅଭୟ ଦାଶ): ଦେଶର ପ୍ରମୁଖ ଚା’ ବ୍ରାଣ୍ଡ୍‌ ତଥା ନେହା ଏଣ୍ଟରପ୍ରାଇଜର୍ସ ଦ୍ୱାରା ପ୍ରସ୍ତୁତ ଲୋକପ୍ରିୟ ଉତ୍ପାଦ ଏଭରଗ୍ରୀନ ଚା’ର ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri