ଦେଶରେ ୮୦ ଲକ୍ଷ ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨୯ ।୧୦: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବଢିପାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୯,୮୮୧ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୦,୪୦,୨୦୩ରେ ପହଞ୍ଚିଥିବା ଗୁରୁବାର ସୂଚନା ଦେଇଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ । ସେହିପରି ଗତ ୨୪ ଘଣ୍ଟାରେ କରୋନା ସଂକ୍ରମଣରେ ୫୧୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧,୨୦,୫୨୭ରେ ପହଞ୍ଚିଛି । ଏବେ ୬,୦୩,୬୮୭ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ମୋଟ ସୁସ୍ଥଙ୍କ ସଂଖ୍ୟା ୭୩,୧୫,୯୮୯ରେ ପହଞ୍ଚିଛି ।

Share