ଭାରତର ଚିନ୍ତାଧାରା ‘ବସୁଧୈବ କୁଟୁମ୍ବକମ୍‌’: ମୋଦି

ଜାକର୍ତ୍ତା/ନୂଆଦିଲ୍ଲୀ,୭।୯: ଏସିଆନ୍‌ ସମ୍ମିଳନୀରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାକର୍ତ୍ତାରେ ପହଞ୍ଚିଛନ୍ତି। ଏସିଆନ୍‌ରେ ସମସ୍ତ ଦେଶର ସ୍ବର ଶୁଣାଯାଉଛି ଏବଂ ଆମେ ସମଗ୍ର ବିଶ୍ୱରେ ଗ୍ଲୋବାଲ ସାଉଥର ସ୍ବର ଉତ୍ତୋଳନ କରିବାକୁ ପ୍ରତିଶ୍ରୁତିବଦ୍ଧ ବୋଲି ଏଠାରେ ସେ କହିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଏସିଆନ୍‌ ହେଉଛି ଭାରତର ଆକ୍ଟ ଇଷ୍ଟ ପଲିସିର କେନ୍ଦ୍ରୀୟ ସ୍ତମ୍ଭ। ଭାରତର ଇଣ୍ଡୋ-ପାସିଫିକ ପଦକ୍ଷେପରେ ଏସିଆନ୍‌ ଅଞ୍ଚଳର ମଧ୍ୟ ଏକ ପ୍ରମୁଖ ସ୍ଥାନ ରହିଛ। ବିଶ୍ୱର ଅନିଶ୍ଚିତତା ପରିବେଶରେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ଆମର ପାରସ୍ପରିକ ସହଯୋଗରେ ନିରନ୍ତର ଅଗ୍ରଗତି ହେଉଛି। ଏହି ସମ୍ମିଳନୀକୁ ଚମତ୍କାର ଭାବରେ ଆୟୋଜନ କରିଥିବାରୁ ମୁଁ ଇଣ୍ଡୋନେସିଆ ରାଷ୍ଟ୍ରପତି ଜୋକୋ ୱିଡୋଡୋଙ୍କୁ ଅଭିନନ୍ଦନ ଜଣାଉଛି। ଏସିଆନ୍‌ ସମ୍ମିଳନୀର ଅଧ୍ୟକ୍ଷତା ପାଇଁ ତାଙ୍କୁ ଅନେକ ଅନେକ ଅଭିନନ୍ଦନ।
ବିଶ୍ୱ ବିକାଶରେ ଏସିଆନ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ‘ବସୁଧୈବ କୁଟୁମ୍ବକମ୍‌’ -ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ ଏହି ଭାବନା ଭାରତର ଜି -୨୦ ଅଧ୍ୟକ୍ଷତାର ବିଷୟବସ୍ତୁ ଅଟେ। ଏକବିଂଶ ଶତାବ୍ଦୀ ହେଉଛି ଏସିଆର ଶତାବ୍ଦୀ। ମୁଁ ନିଶ୍ଚିତ ଯେ ଆଜି ଆମର ଆଲୋଚନା ମାଧ୍ୟମରେ ଭାରତ ଏବଂ ଏସିଆନ୍‌ ଅଞ୍ଚଳର ଭବିଷ୍ୟତକୁ ଆହୁରି ମଜଭୁତ କରିବା ପାଇଁ ନୂତନ ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ,୨୩।୯: ଶ୍ରୀଲଙ୍କାରେ ରାଷ୍ଟ୍ରପତି ନିର୍ବାଚନରେ ଜିତିଥିବା ଅନୁରା କୁମାରା ଦିସାନାୟକେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ଭାରତ ସହ କାମ କରିବାକୁ ନିଜର...

ସିସୋଡିଆଙ୍କ ବଡ ବୟାନ, କେଜରିଓ୍ବାଲଙ୍କ ସହ ମୋର ସମ୍ପର୍କ ରାମ ଲକ୍ଷଣ ପରି

ନୂଆଦିଲ୍ଲୀ,୨୩।୯: ବରିଷ୍ଠ ଆମ ଆଦମୀ ପାର୍ଟି ନେତା ମନୀଷ ସିସୋଡିଆ ରବିବାର ଦଳର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲଙ୍କ ସହ ଥିବା ସମ୍ପର୍କକୁ ପ୍ରଭୁ ରାମ...

କୋଲକାତାରେ ସେମିକଣ୍ଡକ୍ଟର ପ୍ଲାଣ୍ଟ କରିବ ଆମେରିକା

ନୂଆଦିଲ୍ଲୀ,୨୩ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ମଧ୍ୟରେ ଶନିବାର ରାତିରେ ଅନୁଷ୍ଠିତ ଦ୍ୱିପାକ୍ଷିକ ଆଲୋଚନାରେ ଏମ୍‌କ୍ୟୁ-୯ବି ଡ୍ରୋନ୍‌, ସେମିକଣ୍ଡକ୍ଟର ପ୍ଲାଣ୍ଟ ସ୍ଥାପନ...

ନେଟ୍‌ଫ୍ଲିକ୍ସ ବିରୋଧରେ ଭିଜା ଉଲ୍ଲଂଘନ, ବର୍ଣ୍ଣବୈଷମ୍ୟ ଅଭିଯୋଗ

ନୂଆଦିଲ୍ଲୀ,୨୩ା୯: ନେଟ୍‌ଫ୍ଲିକ୍ସ ବିରୋଧରେ ଭିଜା ଉଲ୍ଳଂଘନ ଓ ବର୍ଣ୍ଣବୈଷମ୍ୟ ଅଭିଯୋଗ ଆସିବା ପରେ ଏହି ଆମେରିକୀୟ ଷ୍ଟ୍ରିମିଂ ଜାଏଣ୍ଟର ବ୍ୟବସାୟିକ କାର୍ଯ୍ୟପ୍ରଣାଳୀକୁ ନେଇ ଭାରତ ତଦନ୍ତ ଚଳାଇଛି।...

କ୍ୱାଡ୍‌ରେ ଚାଇନାକୁ ଟାର୍ଗେଟ

ଓ୍ବିଲ୍‌ମିଙ୍ଗଟନ୍‌,୨୩ା୯: ବିଶ୍ୱର ମଙ୍ଗଳ ପାଇଁ କ୍ୱାଡ୍‌ ଏକ ଶକ୍ତି। ଏହି ମେଣ୍ଟର ବର୍ତ୍ତମାନ ଭଳି ରଣନୀତିକ ଏକତା ପୂର୍ବରୁ କେବେ ଦେଖାଯାଇ ନ ଥିଲା ବୋଲି ଆମେରିକା,...

ମୋଦିଙ୍କୁ ଭୁଲିଗଲେ ବାଇଡେନ୍‌

ଓ୍ବିଲ୍‌ମିଙ୍ଗଟନ୍‌,୨୩।୯ : କ୍ୱାଡ୍‌ ସମ୍ମିଳନୀ ମଞ୍ଚରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଭୁଲାପଣର ଆଉ ଏକ ଦୃଷ୍ଟାନ୍ତ ଦେଖିବାକୁ ମିଳିଛି। ଡେଲାଓ୍ବାରେଠାରେ ରବିବାର ସକାଳେ ଏକ...

ଚନ୍ଦ୍ରରେ ୧୬୦ କି.ମି. ଓସାର ଗର୍ତ୍ତ ଠାବକଲା ପ୍ରଜ୍ଞାନ ରୋଭର

ନୂଆଦିଲ୍ଲୀ,୨୩।୯ : ଚନ୍ଦ୍ରୟାନ-୩ ମିଶନର ପ୍ରଜ୍ଞାନ ରୋଭର ଚନ୍ଦ୍ରପୃଷ୍ଠରେ ୧୬୦ କି.ମି. ଓସାରର ଏକ ପୁରାତନ ଗର୍ତ୍ତ ଠାବ କରିଛି। ଚନ୍ଦ୍ର ଦକ୍ଷିଣ ମେରୁ ଐତ୍‌କେନ...

ଦଳିତଙ୍କୁ ନିର୍ଯାତନା: ୫ମରେ ଓଡ଼ିଶା

ନୂଆଦିଲ୍ଲୀ,୨୩।୯: ଦେଶରେ ତଫସିଲଭୁକ୍ତ ଜାତି (ଏସ୍‌ସି) ଏବଂ ତଫସିଲଭୁକ୍ତ ଜନଜାତି (ଏସ୍‌ଟି)ଙ୍କ ପ୍ରତି ବର୍ବରତା ବଢ଼ିବାରେ ଲାଗିଛି। ଉଭୟ ଏସ୍‌ସି ଏବଂ ଏସ୍‌ଟିଙ୍କୁ ନିର୍ଯାତନା ମାମଲାରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri