ଇନ୍ଦୋର,୩୦।୩: ମଧ୍ୟପ୍ରଦେଶର ଇନ୍ଦୋରରେ ପବିତ୍ର ରାମ ନବମୀରେ ଶ୍ରୀ ବେଲେଶ୍ୱର ମହାଦେବ ଜୁଲେଲାଲ ମନ୍ଦିରରେ ଥିବା କୂଅ ଛାତ ଭୁଶୁଡିବା ଘଟଣାରେ ମୃତକଙ୍କ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି। ଏହି ଘଟଣାକୁ ନେଇ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ଏଥିସହ ଆହତମାନଙ୍କୁ ଚିକିତ୍ସା ପାଇଁ ୫୦ ହଜାର ଟଙ୍କା ଦିଆଯିବା ସହ ପୀଡିତାଙ୍କ ପରିବାର ସହ ଅଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ବ୍ୟତୀତ ଏହି ଘଟଣା ସମ୍ପର୍କରେ ଏକ ମାଜିଷ୍ଟ୍ରେଟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ଉଦ୍ଧାର କାର୍ଯ୍ୟ ମଧ୍ୟ ଜାରି ରହିଛି।